ମହିଳା କାର୍ଡ ଖେଳିପାରେ ବିଜେଡି

ବାଲେଶ୍ୱର,୮ା୪(ମାନସ ବିଶ୍ୱାଳ):ବାଲେଶ୍ୱରକୁ ଛାଡ଼ିଦେଲେ ରାଜ୍ୟର ୨୦ଟି ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ଲୋକସଭା ପ୍ରାର୍ଥୀ ଘୋଷଣା ନ ହେବା ଯୋଗୁ ଜିଲାର ବିଧାନସଭା ଆସନଗୁଡ଼ିକ ଲାଗି ପ୍ରାର୍ଥୀ ଘୋଷଣା ବିଳମ୍ବ ହେଉଥିବା କୁହାଯାଉଛି। ଦଳ ଏଠାରେ ଜଣେ ମହିଳାଙ୍କୁ ଏମ୍‌ପି ପ୍ରାର୍ଥୀ କରି ମହିଳା କାର୍ଡ ଖେଳିପାରେ ବୋଲି ଚର୍ଚ୍ଚା ହେଉଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଗତଥର ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକ ଟିକେଟ ଦୌଡ଼ରୁ ଓହରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ପ୍ରାର୍ଥୀ ହେବା ସମ୍ଭାବନା ଉଜ୍ଜ୍ୱଳ ହୋଇଛି। ତେଣୁ ବିଜେଡି ଜଣେ ପ୍ରଭାବଶାଳୀ ନେତାଙ୍କୁ ଖୋଜୁଛି। ଶେଷରେ ବିଜେଡି ବାଲେଶ୍ୱରରେ ଜଣେ ମହିଳାଙ୍କୁ ମଇଦାନକୁ ଆଣିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ରବିବାର ବିଜେଡିରେ ଯୋଗ ଦେବା ପରେ ଏହି ଆଶଙ୍କା ଦୃଢ଼ିଭୂତ ହୋଇଛି।
ବିଜେଡି ସର୍ବଦା ମହିଳା ସଶକ୍ତୀକରଣକୁ ଗୁରୁତ୍ୱ ଦେଇଆସିଛି। ଚଳିତ ନିର୍ବାଚନରେ ଦଳ ବରଗଡ଼, କୋରାପୁଟ, ଆସିକା, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଭଳି ୬ଟି ଲୋକସଭା ଆସନ ପାଇଁ ମହିଳା ପ୍ରାର୍ଥୀ ଘୋଷଣା କରିସାରିଛି। ରାଜ୍ୟରେ ମୋଟ ଲୋକସଭା ଆସନ ୨୧ର ଏକ ତୃତୀୟାଂଶ ସଂଖ୍ୟା ହେଉଛି ୭। ତେଣୁ ବିଜେଡି ବାଲେଶ୍ୱର ଆସନରେ ମହିଳା ପ୍ରାର୍ଥୀ ଦେଇ ନାରୀ ସଶକ୍ତୀକରଣକୁ ଏଥର ନିର୍ବାଚନ ପ୍ରସଙ୍ଗ କରି ଭାଜପାକୁ ରାଜ୍ୟବ୍ୟାପୀ ଘେରିପାରେ ବୋଲି କୁହାଯାଉଛି। କାରଣ ଭାଜପା ମାତ୍ର ଦୁଇଟି ସ୍ଥାନରେ ମହିଳା ପ୍ରାର୍ଥୀ ଦେଇଛି। ପୂର୍ବତନ ଜିଲା ପରିଷଦ ସଭାପତି ନିବେଦିତା ମହାନ୍ତି, ଖ୍ୟାତନାମା ଐତିହାସିକ ଡ. ମନ୍ମଥ ନାଥ ଦାସ ଓ ଯଶସ୍ବୀ ଲେଖକ ମନୋଜ ଦାସଙ୍କ ବୋହୂ ଡା. ରଞ୍ଜିତା ଦାସଙ୍କ ସହ ଆଉ କେତେଜଣ ମହିଳାଙ୍କ ଉପରେ ବିଚାର ବିମର୍ଶ କରି ବିଜେଡି ଜଣେ ମହିଳାଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri