ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କ ସମର୍ଥକଙ୍କ ଗହଣରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ରାଜ୍ୟରେ ନବୀନ ସରକାରଙ୍କ ଜନ କଲ୍ୟାଣ କାର୍ଯ୍ୟକ୍ରମକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି କହିଛନ୍ତି।

Share