ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଆଜି ପ୍ରଥମ ଦିନରେ ସାନଖେମୁଣ୍ଡି ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ପ୍ରାର୍ଥିନୀ ସୁଶ୍ରୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ଶୋଭାଯାତ୍ରା କରି ଗଞ୍ଜାମ ଜିଲାପାଳଙ୍କ ଅଫିସ ନିକଟରେ ପହଞ୍ଚି ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ଦେବବ୍ରତ ସାହୁଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।

Share