ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି, କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୫ା୧୦: ବାଲେଶ୍ୱର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବାଲେଶ୍ୱର ଉପଜିଲାପାଳଙ୍କ ଅଫିସରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ଏବଂ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଉଭୟ ପ୍ରାର୍ଥୀଙ୍କ ସମର୍ଥକମାନେ ମଧ୍ୟ ଉପସ୍ଥିତ ଥିଲେ। ବୁଧବାର ଭାଜପା ପ୍ରାର୍ଥୀ ମାନସ ଦତ୍ତ ପ୍ରାର୍ଥିପତ୍ର ଦାଖଲ କରିଥିଲେ।
ସୂଚନାଯୋଗ୍ୟ, ଆସନ୍ତା ନଭେମ୍ବର ୩ରେ ମତଦାନ ହେବ। ୧୦ ତାରିଖରେ ଭୋଟ୍‌ ଗଣତି ହେବ। ତେବେ କୋଭିଡ୍‌ କଟକଣା ଭିତରେ ସୁରୁଖୁରୁରେ ନିର୍ବାଚନ ପରିଚାଳନା ପାଇଁ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

Share