ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତାବିରା ବିଧାୟକ ପ୍ରାର୍ଥୀ ନିହାର ମହାନନ୍ଦ, ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡି ମୁରଲୀ କ୍ରିଷ୍ନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ୍ୱର ଶତପଥି, କୁଶ କୁମ୍ଭାର, ସୂର୍ଯ୍ୟକାନ୍ତି ସାହୁ, ଜିଲା କାର୍ଯ୍ୟକାରୀ ସଭାପତି ଅରୂପାନନ୍ଦ ସାହୁ, ଉପସଭାପତି ଲକ୍ଷ୍ମୀ ରଥ, ପର୍ଯବେକ୍ଷକ ଅମିତ ପଣ୍ଡା, ଯୁବନେତା ସ୍ବାଧୀନ ରଥ, ସୁଶୀଲ ବେହେରା, ପ୍ରଦୀପ ନାଏକ, ସୁଜାତା ପଧାନ, ମଣ୍ଡଳ ସଭାପତି ଜୟଦେବ ପଧାନ, କାଁହୁ ମଲ୍ଲିକ, ଧନେଶ୍ୱର ପାଢ଼ୀଙ୍କ ସହ ଅନ୍ୟ ନେତୃବୃନ୍ଦ ମଞ୍ଚାସୀନ ଥିଲେ।

ମିଶ୍ରଣ ପର୍ବରେ ରେମଣ୍ଡାର ପୂର୍ବତନ ବ୍ଲକ ଅଧକ୍ଷ୍ୟ ଶିବ ଖମାରୀ, ଲୁପୁରସିଂହାର ପୂର୍ବତନ ସରପଞ୍ଚ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ୍ୟ କୃଷ୍ଣ ମହାନ୍ତି, ଭେଡେନ ସମିତି ସଭ୍ୟା ରଶ୍ମିତା ପାଣ୍ଡେ, ଲୁହାଖଣ୍ଡି ସମିତି ସଭ୍ୟା ପଙ୍କଜିନୀ ପଶାୟତ, ଚିଚିଣ୍ଡା ପୂର୍ବତନ ସରପଞ୍ଚ ରାଜକିଶୋର ମେହେର, ରେମଣ୍ଡା ପୂର୍ବତନ ସରପଞ୍ଚ ଅଞ୍ଜଳି ଭୋଇ, ବିଶିଷ୍ଟ ଆଇନଜୀବୀ ଆନନ୍ଦ ପଧାନ, ସତ୍ୟ ରଥ, ଗାନ୍ଧୀ ଦାଶ ଓ ତାଙ୍କ ସହ ପ୍ରାୟ ୭ ଶହରୁ ଅଧିକ ମହିଳା ଓ ପୁରୁଷ କର୍ମୀ ଭାଜପାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି...

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image