ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ ସହିତ ଏ ବର୍ଷର ‘ଜନସମ୍ପର୍କ ପଦଯାତ୍ରା’ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦଳର ସମସ୍ତ ଛାମୁଆ ସଙ୍ଗଠନର ରାଜ୍ୟ, ଜିଲା ଓ ବ୍ଲକ ସଭାପତିଙ୍କ ସମେତ ବିଧାୟକ, ଏମ୍‌ପି, ପର୍ଯ୍ୟବେକ୍ଷକ ଓ ଦଳୀୟ ରାଜ୍ୟ କର୍ମକର୍ତ୍ତାମାନଙ୍କୁ ଏ ସମ୍ପର୍କରେ ଚିଠି ଲେଖିଛନ୍ତି । ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟମାନଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଜିଲା ପରିଷଦ ଜୋନସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜନ କରାଯିବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରେ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ବୈଠକ ଓ ଜନସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତ୍ୟେକ ୱାର୍ଡରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ ବୋଲି ନବୀନ କହିଛନ୍ତି । ସେହିପରି ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ ଓ ପରିବେଶ ପ୍ରତିବଦ୍ଧତାର କାର୍ଯ୍ୟକ୍ରମ ମଧ୍ୟ କରାଯିବ । ଡିସେମ୍ବର ୨୬ରେ ଦଳର ୨୭ତମ ପ୍ରତିଷ୍ଠା ଦିବସ ନିର୍ବାଚନମଣ୍ଡଳୀସ୍ତରରେ ପାଳନ କରାଯିବ । ଏହି ଅବସରରେ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଓଡ଼ିଶାର ବିକାଶକୁ ଶୀର୍ଷ ସ୍ଥାନକୁ ନେବା ପାଇଁ ସଂକଳ୍ପ ନିଆଯିବ । ଏହି ପଦଯାତ୍ରା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମଗୁଡ଼ିକୁ ଜିଲା ପର୍ଯ୍ୟବେକ୍ଷକ ଓ ଜିଲା ସଭାପତିମାନେ ତଦାରଖ କରିବେ । ଏହି ସାଙ୍ଗଠନିକ କାର୍ଯ୍ୟକ୍ରମରେ ଦଳର ସବୁ ଛାମୁଆ ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ପଞ୍ଚାୟତ ଓ ପୌର ନିର୍ବାଚିତ ଲୋକ ପ୍ରତିନିଧି, ବିଧାୟକ ଓ ଏମ୍‌ପିମାନେ ସାମିଲ ହେବା ପାଇଁ ନବୀନ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସମସ୍ତ କାର୍ଯ୍ୟକ୍ରମ କିଭଳି ସୁଚାରୁରୂପେ ପ୍ରତ୍ୟେକ ସ୍ତରରେ ସମ୍ପନ୍ନ ହେବ ତା’ର ସବିଶେଷ ବିବରଣୀ ତାଙ୍କୁ ଜଣାଇବାକୁ ଦଳର ସଭାପତି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri