ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।