ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବର୍ଜନ କଲା ବିଜେଡି

ଭୁବନେଶ୍ୱର, ୧୫।୮: ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମକୁ ବର୍ଜନ କରିବ ବିଜେଡି। କାର୍ଯ୍ଯକ୍ରମରେ ଯୋଗ ନ ଦେବାକୁ ବିଜେଡି ନିଷ୍ପତ୍ତି ନେଇଛି। ଏନେଇ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ”କାର୍ଯ୍ଯକ୍ରମକୁ ଜଣେ କେନ୍ଦ୍ରମନ୍ତ୍ରୀ ଉଦଘାଟନ କରିବା ଗୃହର ପରମ୍ପରାକୁ ଭଙ୍ଗ କରୁଛି। ଏହାଦ୍ୱାରା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପଦ ମର୍ଯ୍ୟାଦାକୁ ହାନୀ କରାଯାଉଛି। ଯେଉଁ କାରଣରୁ ଦଳ ଏହି ନିଷ୍ପତ୍ତି ନେଇଛି।

ସୂଚନାଯୋଗ୍ୟ ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମ ଆୟୋଜିତ ହେଉଛି। ଏଥିରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ମାର୍ଗ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୧୭ ଓ ୧୮ ତାରିଖ ଦୁଇ ଦିନ ଧରି ଏହି ପ୍ରଶିକ୍ଷଣ ଜାରି ରହିବ। ବିଧାନସଭାର କାର୍ଯ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଡ ଅଫ ଅର୍ଡର ସହ ବିଭିନ୍ନ କାର୍ଯ୍ୟଶୈଳୀ ବିଷୟରେ ଜାଣିବେ ନୂଆ ବିଧାୟକ।

ସପ୍ତଦଶ ବିଧାନସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି ୮୪ ଜଣ ବିଧାୟକ । ଭାଜପାରୁ ସର୍ବାଧିକ ୫୪ ଜଣ ଥିବାବେଳେ, ବିଜେଡିରୁ ୧୮, କଂଗ୍ରେସରୁ ୯ ଓ ୩ ଜଣ ସ୍ବାଧୀନ ବିଧାୟକ ନୂଆ କରି ନିର୍ବାଚିତ ହୋଇଛନ୍ତି । ନବ ନିର୍ବାଚିତ ବିଧାୟକମାନେ କିଭଳି ଜଣେ ପ୍ରଭାବୀ ବିଧାୟକ ହୋଇପାରିବେ ଓ ବିଭିନ୍ନ ବିଷୟରେ ଗୃହର ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନେବେ ସେନେଇ ପ୍ରଶିକ୍ଷଣ ଦିଆଯିବ ।

ତେବେ ଏହି ତାଲିମ କାର୍ଯ୍ୟକ୍ରମରେ ଯୋଗ ଦେବନି ବୋଲି ବିଜେଡି ପୂର୍ବରୁ ଘୋଷଣା କରିଥିଲା। ଏନେଇ ପ୍ରେସମିଟ୍‌ କରି ଖୋଲାଖୋଲି ମନା କରିଥିଲା ଦଳ। ବିରୋଧୀଦଳ ମୁଖ୍ୟ ସଚେତକ ପ୍ରତାପ ଦେବ କହିଥିଲେ, ବିଧାନସଭାର ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ବାଚସ୍ପତି ଉଦଘାଟନ କରନ୍ତି। କିନ୍ତୁ ଏଠି ଭାଜପା ନେତା ଉଦଘାଟନ ଓ ଉଦଯାପନ କରିବେ। ବିଧାନସଭା କାମରେ ବାହାର ନେତା କିଛି କରିବା ଅଶୋଭନୀୟ। ଏଭଳି କାର୍ଯ୍ୟରୁ କ୍ଷାନ୍ତ ରୁହନ୍ତୁ ନଚେତ ବିଜେଡି ଯୋଗ ଦେବନି ବୋଲି କହିଛନ୍ତି ପ୍ରତାପ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri