ବିଜେଡି ଖେଳିଲା ଏସ୍‌ଇବିସି କାର୍ଡ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍‌ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ପଛୁଆବର୍ଗରୁ ସମ ପରିମାଣର ପ୍ରାର୍ଥୀ ଦେବ। ଏ ନେଇ ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଅଦାଲତ କଟକଣା, କେନ୍ଦ୍ରୀୟ ଆଇନ ନ ଥିବାରୁ ଏଭଳି ରାଜନୈତିକ ନିଷ୍ପତ୍ତି ନିଆଯାଇଛି ବୋଲି ବିଜେଡିର ଦୁଇ ବରିଷ୍ଠ ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ଅରୁଣ କୁମାର ସାହୁ କହିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରଣେନ୍ଦ୍ର କହିଛନ୍ତି ଯେ, ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା କରିବା ସହିତ ବିଧାନସଭା ଓ ଲୋକ ସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରନ୍ତୁ। ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ଠିକ୍‌ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି। ତେଣୁ ପଛୁଆବର୍ଗଙ୍କ ସଂଖ୍ୟାର ଠିକ୍‌ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ। ସଂରକ୍ଷଣ ସୀମା ୫୦% ସୀମିତ ଥିବା ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ପଛୁଆବର୍ଗଙ୍କୁ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳୁଛି। ରାଜ୍ୟ ସରକାରଙ୍କ ପଛୁଆବର୍ଗ ଆଇନ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି। କିନ୍ତୁ ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ। ରାଷ୍ଟ୍ରପତିଙ୍କ ଦ୍ୱାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ଚାକିରି ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି। ରାଜ୍ୟଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ଓ ଏବେ ମଧ୍ୟ କରିପାରିବେ। କେନ୍ଦ୍ରର ଓବିସି ତାଲିକା ଅନୁସାରେ ଏହି ବର୍ଗର ପ୍ରାର୍ଥତ୍ମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନ ଗୁଡିକରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି। ସେହିପରି ରାଜ୍ୟର ପଛୁଆବର୍ଗ ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରିରେ ସଂରକ୍ଷଣର ସୁବିଧା ପାଉଛନ୍ତି। ପଛୁଆବର୍ଗ ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକ ସଭାରେ କୌଣସି ବିରୋଧି ଦଳ ଏହାକୁ ବିରୋଧ କରିନାହାନ୍ତି। ହେଲେ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବାକୁ ସମସ୍ତ ବିରୋଧି ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଥିବା ରଣେନ୍ଦ୍ର ଓ ଅରୁଣ କହିଛନ୍ତି।

ବିରୋଧୀଙ୍କ ସମାଲୋଚନା
ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ଆସନରେ ପଛୁଆ ବର୍ଗ (ଓବିସି/ଏସ୍‌ଇବିସି) ପ୍ରାର୍ଥୀ ଦେବ ବୋଲି ଘୋଷଣା କରିବା ପରେ ବିରୋଧୀ ଏହାକୁ ସମାଲୋଚନା କରିଛନ୍ତି। ଭାଜପା ନେତା ସୁରଥ ବିଶ୍ୱାଳ କହିଛନ୍ତି, ୨୦୧୯ ବିଧାନସଭା ନିର୍ବାଚନରେ ଭାଜପା ୧୪୭ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୫୧ ଜଣ ଓବିସି ପ୍ରାର୍ଥୀ ଦେଇଥିଲା, ଯାହା ୩୫%ରୁ ଅଧିକ। ରାଜ୍ୟରେ ୫୪% ଓବିସି ବର୍ଗର ଲୋକେ ବସବାସ କରୁଥିବାବେଳେ ସେମାନଙ୍କ ବିନା ପ୍ରାର୍ଥତ୍ତ୍ୱରେ ରାଜ୍ୟରେ ନିର୍ବାଚନ ଅସମ୍ଭବ। ଲୋକଙ୍କୁ ବିଭ୍ରାନ୍ତ କରିବା ଲାଗି ବିଜେଡି ଏଭଳି ଘୋଷଣା କରିଛି। ଏହା ରାଜ୍ୟର ପଛୁଆ ବର୍ଗକୁ ଲାଭ ଦେବନାହିଁ। ଦୀର୍ଘ ୨୦ ବର୍ଷଧରି ରାଜ୍ୟର ଓବିସି/ଏସ୍‌ଇବିସି ବର୍ଗକୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ପ୍ରତାରଣା କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତ ନିର୍ବାଚନରେ ଫାଇଦା ନେବାକୁ ଏଭଳି ହୀନ ରାଜନୀତି ଆରମ୍ଭ କରିଥିବା ସୁରଥ ଅଭିଯୋଗ କରିଛନ୍ତି। ସେହିପରି କଂଗ୍ରେସ ନେତା ସତ୍ୟ ପ୍ରକାଶ ନାଏକ ମଧ୍ୟ ବିଜେଡିର ଏଭଳି ନିଷ୍ପତ୍ତିକୁ ଓବିସିବର୍ଗ ପ୍ରତି ଚରମ ଉପହାସ ବୋଲି କହିଛନ୍ତି। ୨ ଦଶନ୍ଧି ଧରି ରାଜ୍ୟର ଓବିସି ସମ୍ପ୍ରଦାୟଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚତ୍ତ କରିବା ପରେ ଏବେ ୨୭% ଦଳୀୟ ଟିକେଟ ବାଣ୍ଟିବା ମୁଖ୍ୟମନ୍ତ୍ରୀଙ୍କ କେଉଁ ପ୍ରକାର ସାମାଜିକ ନ୍ୟାୟକୁ ଦର୍ଶାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri