ଅଶୋକ ପ୍ରଧାନଙ୍କୁ ଦଳରୁ ନିଲମ୍ବିତ କଲା ବିଜେଡି

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଅନୁଗୋଳ ଜିଲା ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପଞ୍ଚାୟତ ନିର୍ବାଚନ ଚୁଡାନ୍ତ ଫଳାଫଳ ପ୍ରକାଶ ପାଇବାର ପରେ ପରେ ବିଜେଡି ଏଭଳି କଠୋର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି। ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏନେଇ ଘୋଷଣା କରିଛନ୍ତି।

Share