ରାଜରାସ୍ତାକୁ ଓହ୍ଲାଇଲା ବିଜେଡି: ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଆହ୍ବାନ

ଅମରପାଲି,୩।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀଠାରୁ ଜୟ ପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ଶୁଭାରମ୍ଭ ହୋଇଛି। ବୀରମହାରାଜପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ ନେତୃତ୍ୱରେ ଆୟୋଜିତ ପଦଯାତ୍ରା ବୀରମହାରାଜପୁର ମେଳଣ ପଡିଆଠାରୁ ଆରମ୍ଭ କରି ସହର ପରିକ୍ରମା କରିବା ସହ ବସଷ୍ଟାଣ୍ଡସ୍ଥିତ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିଥିଲା। ସେଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା
ସହିତ ସ୍ଲୋଗାନ ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲା ବିଜେଡି ଉପସଭାପତି କିଶୋର ହୋତା, ଜିଲା ସାଧାରଣ ସମ୍ପାଦକ ଧୀରେନ୍ଦ୍ର ନାରାୟଣ ପଣ୍ଡା, ସ୍ବତୀ ପଣ୍ଡା, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ରାଜ୍ୟ ମହିଳା ସାଧାରଣ ସମ୍ପାଦକ ସୁଲୋଚନା ହୋତା,ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀ, ଚମ୍ପମାଲ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ, ପ୍ରଦୀପ ମିଶ୍ର ତୁଳସୀ ଦାସ ହୋତା, ସୁରୁ ନାରାୟଣ ମହାକୁର ଲଳିତ ପାତ୍ର, ପୂର୍ବତନ ଜିଲା ପରିଷଦ ସଭ୍ୟ ଦୟାନିଧି ମେହେରଙ୍କ ସମେତ ବହୁ ଦଳୀୟ କର୍ମୀ ଓ ନେତୃବୃନ୍ଦ ଯୋଗଦାନ କରିଥିଲେ l ଆଗାମୀ ଦିନରେ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରାଯିବ ବୋଲି ନେତୃବର୍ଗ ପ୍ରକାଶ କରିଥିଲେ।

 

Share