ରାଜ୍ୟ ସଭାରେ ଗର୍ଜିଲା ବିଜେଡି, ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୩।୭: ବଜେଟରେ ଓଡ଼ିଶାକୁ ଅବହେଳା କରାଯିବାକୁ ନେଇ କକ୍ଷତ୍ୟାଗ କରିଛି ବିଜେଡି।ଏଥିସହ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିବାରୁ ମଧ୍ୟ ଅସନ୍ତୋଷ ପ୍ରକାଶ କରି କକ୍ଷତ୍ୟାଗ କରିଛି ବିଜୁ ଜନତା ଦଳ। ଏନେଇ ରାଜ୍ୟ ସଭା ଏମପି ସସ୍ମିତ ପାତ୍ର କେନ୍ଦ୍ର ସରକାରଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆନ୍ଧ୍ର ଓ ବିହାରକୁ ସ୍ବତନ୍ତ୍ର ଅନୁଦାନ ମିଳିଛି। କିନ୍ତୁ ଓଡ଼ିଶା କଥା ବିଚାରକୁ ନିଆ ଯାଇନି। ୨୧ରୁ ୨୦ ଭାଜପା ଏମପି ଜିତିବା ଓଡ଼ିଶା ପାଇଁ ଦଣ୍ଡ ସଦୃଶ୍ୟ। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବା ନେଇ ଆମେ ଦୀର୍ଘ ଦିନ ହେବ ଦାବି କରିଆସୁଛି। ହେଲେ ଏହାକୁ ଅଣଦେଖା କରାଯାଇଛି। ସେଥିପାଇଁ ଆମେ ଏହାକୁ ଜୋରଦାର ବିରୋଧ କରୁଛୁ।

ସେହିପରି ବଜେଟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ବିଜେଡି ଏମପି ଅମର ପଟ୍ଟନାୟକ ଓ କଳିକେଶ ସିଂଦେଓ। ସ୍ବତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିବାରୁ ଦୁହେଁ ଅସନ୍ତୋଷ ଝାଡିଛନ୍ତି। ସେମାନେ କହିଛନ୍ତି, ଆନ୍ଧ୍ରରୁ ୧୬, ବିହାରରୁ ୧୨ MP ଥାଇ ସେମାନଙ୍କୁ ଅଧିକ ଅନୁଦାନ ମିଳିଛି। ହେଲେ ଓଡ଼ିଶାରୁ ୨୦ ଏମପି ଥାଇ ମଧ୍ୟ ଅବହେଳା ହୋଇଛି ବୋଲି ବିଜେଡି ଏମପି ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri