‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ଭାଜପାକୁ ଟାର୍ଗେଟ କଲା ବିଜେଡି କହିଲା….

ଭୁବନେଶ୍ୱର,୧୪।୯: ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ତେବେ ‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ରାଜନୀତି ତେଜିଛି। ବିଜେଡି କହିଛି, ଭାଜପା ସରକାର ହେଉଛି କେବଳ ନେମ ଚେଞ୍ଜର ସରକାର । ଭାଜପା ସରକାର ପୂର୍ବ ସରକାରରେ ଥିବା ବିଭିନ୍ନ ଯୋଜନାର ନାମ ପରିବର୍ତ୍ତନ କରୁଛନ୍ତି, କାଳିଆ ଯୋଜନାକୁ ସିଏମ୍‌ କିଷାନ କଲେ, ମୋ ସ୍କୁଲକୁ ଚେଞ୍ଜ କରି ପଞ୍ଚଶଖା କଲେ, ସରକାରରେ ନୂତନତ୍ୱ ନାହିଁ କି ବିଶେଷତ୍ୱ ନାହିଁ ।

 

ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri