ସଂସଦରେ ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି

ଭୁବନେଶ୍ୱର,୨୪।୬: ସଂସଦରେ ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି।

ଏଥର ଲଢେଇ ଆର ପାର ହେବ, ବିରୋଧୀ ଦଳ ଭୂମିକାରେ ବସିବ ବିଜେଡି। ଆବଶ୍ୟକ ପଡିଲେ ଗୃହ ମଧ୍ୟଭାଗକୁ ଓହ୍ଲାଇବ ଦଳ। ଏଥିସହିତ ଓଡିଶାକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା, ଜାତୀୟ ରାଜପଥ, ଗ୍ରାମାଞ୍ଚଳରେ ପକ୍କା ଘର, ରେଲୱ ଓ ଯୋଗାଯୋଗ ପ୍ରସଙ୍ଗ ଉଠାଇବ ବିଜେଡି। ସଭାପତିଙ୍କ ସହିତ ବୈଠକ ପରେ ଖବରଦାତାଙ୍କ ସହିତ ଆଲୋଚନା କରି ବିଜେଡି ଏମପି ଶସ୍ମିତ ପାତ୍ର, ସୁଲତା ଦେଓ ଏବଂ ମୁନ୍ନା ଖାଁ କହିଛନ୍ତି।

ଏହି ବୈଠକରେ ଶସ୍ମିତ ପାତ୍ର, ସୁଲତା ଦେଓ, ମାନସ ମଙ୍ଗରାଜ, ସୁବାଶିଷ ଖୁଣ୍ଟିଆ, ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ, ନିରଞ୍ଜନ ବିଶି, ସୁଜୀତ କୁମାର ଏବଂ ମମତା ମହନ୍ତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...

କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri