‘ମୁନ୍ନା ଖାଁ ଦିନରେ ସ୍ବପ୍ନରେ ଦେଖୁଛନ୍ତି, ଆଗାମୀ ଦଶନ୍ଧି ଯାଏ କ୍ଷମତାକୁ ଆସିବନି ବିଜେଡି’

ଭୁବନେଶ୍ୱର,୩ା୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍‌ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି  କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍‌ ସୃଷ୍ଟି କରିଛି।

ମୁନ୍ନା ଖାଁ କହିଥିଲେ, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା କରିବାକୁ ପଡ଼ି ନ ପାରେ। ଭାଜପା ପାଖରେ ପ୍ରାର୍ଥୀ ନ ଥିଲେ। ଆମର ଅଧିକାଂଶ ଲୋକ ସେଠି ଅଛନ୍ତି ।

ସେ ଆହୁରି ମଧ୍ୟ କହିଥିଲେ, ମୁଁ ସଭାରେ କହିଛି ଭାଜପା ବିଧାୟକ ବିଜେଡି ସହ ଲିଙ୍କ୍‌ରେ ଅଛନ୍ତି । ମିଡିଆ ସାମ୍ନାରେ କିଛି କହିନାହିଁ। ଯାହା କହିଛି କର୍ମୀଙ୍କୁ କହିଛି। ଏହା ଆମର ରଣନୀତି। ମୁଁ ଏହାକୁ ମିଡିଆ ସାମ୍ନାରେ କହିପାରିବିନି। ସମୟକୁ ଅପେକ୍ଷା କରନ୍ତୁ ବୋଲି ସେ କହିଛନ୍ତି।

ନିର୍ବାଚନ ପୂର୍ବରୁ ବିଜେଡି ଛାଡି ୨୨ ନେତା ଭାଜପାରେ ଯୋଗ ଦେଇଥିଲେ। ଏବେ ସେମାନେ ଭାଜପା ଟିକେଟ ପାଇ ବିଧାୟକ ହୋଇଛନ୍ତି। ସେଥିରୁ ୧୪ ବିଧାୟକ ଏବେ ବିଜେଡି ଲିଙ୍କ୍‌ରେ ଅଛନ୍ତି।

ସେ ଆହୁରି କହିଛନ୍ତି, ଭାଜପା ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦେଇଥିଲା ପୂରଣ କରିବାରେ ବିଫଳ ହୋଇଛି। ତେଣୁ ଆଜି ଯଦି ନିର୍ବାଚନ ହେବ ତେବେ ବିଜେଡିକୁ ୧୦୦ ସିଟ ମିଳିବା ନିଶ୍ଚିତ। କାରଣ ଏବେ ମଧ୍ୟ ୯୦ପ୍ରତିଶତ ବ୍ଲକ ଏବଂ ଜିଲା ପରିଷଦ ବିଜେଡି ଦଖଲରେ ହିଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଞ୍ଜାମ ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା...

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି...

ମାରୱାଡୀ ଯୁବ ମଞ୍ଚର କର୍ମକର୍ତ୍ତା ଚୟନ

କେସିଙ୍ଗା,୧୫.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ମାରୱାଡ଼ୀ ଯୁବାମଞ୍ଚର କର୍ମକର୍ତ୍ତା ଗୌରୀ ଶଙ୍କର ମନ୍ଦିର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇ...

କେରଳରେ ବସ୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image