ଦେବଗଡ଼ରେ ଜିତିଲା ବିଜେଡି

ଦେବଗଡ,୪ା୬(ଶଶାଙ୍କଶେଖର ଝାଙ୍କର): ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରୋମାଞ୍ଚରଞ୍ଜନ ବିଶ୍ୱାଳ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ୧୫୭୯୨ଟି ଭୋଟରେ ପରାସ୍ତ କରି ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ବିଶ୍ୱାଳ ୮୯୦୭୪ ଖଣ୍ଡ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ପାଣିଗ୍ରାହୀ ୭୩୨୮୨ ଖଣ୍ଡ ଭୋଟପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସେମ ହେମ୍ରମ ୨୮୨୭୯ ଖଣ୍ଡ ଭୋଟପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ପ୍ରାଉଟିଷ୍ଟ ବ୍ଲକ ଅଫ ଇଣ୍ଡିଆର ପ୍ରାର୍ଥୀ ଡୋଳାକର ଭୋଇ ୯୦୫ ଖଣ୍ଡ, ସ୍ବାଧୀନ ପ୍ରାର୍ଥୀ ଜ୍ୟୋତି ଜୁଲିଆନ ଲାକ୍ରା ୪୬୨ ଖଣ୍ଡ, ନିରାକାର ପ୍ରଧାନ ୫୬୩ ଖଣ୍ଡ, ପ୍ରମୋଦ କୁମାର ଝାଙ୍କର ୧୪୫୪ ଖଣ୍ଡ ଓ ଶ୍ରୀମନ୍ତ ସାହୁ ୧୦୮୭ ଖଣ୍ଡ ଭୋଟ ପାଇଛନ୍ତି।

ସେହିପରି ୨୭୬୭ ଖଣ୍ଡ ଭୋଟ ନୋଟାରେ ପଡିଥିବା ଜଣାପଡିଛି। ସ୍ଥାନୀୟ ପଲିଟେକ୍ନିକ କଲେଜରେ ମଙ୍ଗଳବାର ସକାଳୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ତତ୍ତ୍ୱାବଧାନରେ ମତଗଣନା ଆରମ୍ଭ ହୋଇଥିଲା। ନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଶ୍ୱାଳଙ୍କ ବିଜୟପରେ ଦଳୀୟ ପଦାଧିକାରୀ, କର୍ମକର୍ତ୍ତା ଓ ତାଙ୍କର ସମର୍ଥକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri