ବିଜେଡିର ଭୀଷ୍ମ ମହାନ୍ତି ହେଲେ ଜିଲା ପରିଷଦ ଉପାଧ୍ୟକ୍ଷ

କେନ୍ଦ୍ରାପଡା, ୧୧ା୪(ଜଗନ୍ନାଥ ଧଳ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ଫାଙ୍କା ରହିଥିବା କେନ୍ଦ୍ରାପଡା ଜିଲା ପରିଷଦ ଉପାଧ୍ୟକ୍ଷ ପଦ ଶୁକ୍ରବାର ପୂରଣ ହୋଇଛି ା ଏହି ପଦ ପାଇଁ ନିର୍ବାଚନ ପରେ ଆଳି ଜୋନ ଅନ୍ତର୍ଗତ ୪ ନମ୍ବର ପରିଷଦ ସଭ୍ୟ ବିଜେଡିର ଭୀଷ୍ମ ମହାନ୍ତି ଶପଥ ଗ୍ରହଣ କରିଛନ୍ତି ା ନିର୍ବାଚନରେ ସେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଥିଲେ ା ପୂର୍ବାହ୍ନ ୧୦ଟା ୪୨ ମିନିଟରେ ସେ ନିର୍ବାଚନ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ ା ଧାର୍ଯ୍ୟ ସମୟ ପୂର୍ବାହ୍ନ ଅନ୍ୟ କୌଣସି ପ୍ରାର୍ଥୀ ପତ୍ର ଆସି ନ ଥିବା ନିର୍ବାଚନ ପରିଚାଳନା ଅଧିକାରୀ ଏଡିଏମ ନିଲୁ ମହାାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି. ପ୍ରାର୍ଥୀପତ୍ର ଯାଂଚ ପରେ ମଧ୍ୟାହ୍ନରେ ପ୍ରାର୍ଥୀ ମହାନ୍ତିଙ୍କୁ ମଧ୍ୟାହ୍ନରେ ବିଜୟୀ ଘୋଷଣା କରା ଯାଇଥିବା ସହ ପଦର ଗୋପନୀୟତା ଶପଥ ପାଠ ହୋଇଥିଲା ା ଏହି ଜିଲା ପରିଷଦରେ ମୋଟ ୩୨ଟି ଜୋନ ା ଏଥିମଧ୍ୟରୁ ଭାଜପା ଗୋଟିଏ ଆସନ ପାଇଥିବା ବେଳେ ଅବଶିଷ୍ଠାଂଶ ୩୧ ସଭ୍ୟପଦ ଗତ ୨୦୨୨ମସିହା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଜିତିଥିଲେ। ତେବେ ଗତ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ଜିଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳୀ ସେଠୀ ଓ ଉପାଧ୍ୟକ୍ଷ ଅଶୋକ କୁମାର ପ୍ରତିହାରୀ ସଭ୍ୟପଦ ତ୍ୟାଗ କରିବା ସହିତ ବିଜେଡିକୁ ଛାଡିଥିଲେ ା ଗୀତାଞ୍ଜଳୀ ସାଧାରଣ ନିର୍ବାଚନରେ ଭାଜପାରୁ ଓ ଉପାଧ୍ୟକ୍ଷ ପ୍ରତିହାରୀ କଂଗ୍ରେସରୁ ବିଧାୟକ ପ୍ରାର୍ଥୀ ହୋଇଥିଲା ା ଇତିମଧ୍ୟରେ ଜିଲା ପରିଷଦ ଅଧ୍ୟକ୍ଷା ପଦ ପୂରଣ ହୋଇଥିଲା ା ଶୁକ୍ରବାର ନିର୍ବାଚନ ପୂର୍ବରୁ ଜୋନ ସଭ୍ୟ ଭୀଷ୍ମ ମହାନ୍ତି ଓ ପ୍ରମୋଦ ରଥଙ୍କ ମଧ୍ୟରୁ ଜଣଙ୍କୁ ଉପାଧ୍ୟକ୍ଷ ପଦବୀ ପାଇଁ ଜିଲାରେ ଆଲୋଚନା ହେଉଥିଲା ା ତେବେ ଦଳୀୟ ନିଷ୍ପତି କ୍ରମେ ଭୀଷ୍ମ ମହାନ୍ତି ପ୍ରାର୍ଥୀ ପତ୍ର ଦାଖଲ କରିଥିବା ଦଳୀୟ ପର୍ଯ୍ୟବେକ୍ଷକ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri