ବିଧାୟକଙ୍କ ଓରିଏଣ୍ଟେସନ ପ୍ରୋଗ୍ରାମକୁ ବିଜେଡି-କଂଗ୍ରେସର ମନା: ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଲେ

ଭୁବନେଶ୍ୱର,୧୭।୮: ଶନିବାର ଓ ରବିବାର ଦୁଇ ଦିନ ଧରି ବିଧାନସଭା ପରିସରରେ ବିଧାୟକଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ମଧ୍ୟ ସାମିଲ ହୋଇ ଅଭିଜ୍ଞତା ବାଣ୍ଟିବେ। ଏହି କାର୍ଯ୍ୟକ୍ରମକୁ ଆସିବାକୁ ବିଜେଡିର ଦୁଇଜଣ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।
ତେବେ ଗୃହର ଗରିମା ନଷ୍ଟ ହେଉଥିବା ଦର୍ଶାଇ ଏଥିରେ ବିଜେଡି ସଦସ୍ୟ ଭାଗ ନେବେ ନାହିଁ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପୂର୍ବରୁ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । କଂଗ୍ରେସ ମଧ୍ୟ ଓରିଏଣ୍ଟେସନ କାର୍ଯ୍ୟକ୍ରମକୁ ନ ଆସିବାକୁ ଘୋଷଣା କରିସାରିଛି।
ଅନ୍ୟପକ୍ଷେ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଏଥର ୮୭ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି। ପରମ୍ପରା ଅନୁସାରେ ନୂଆ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୁଏ। ସେହି କ୍ରମରେ ଏହା ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri