Categories: ଜାତୀୟ

ରାଜ୍ୟ ସଭା ନିର୍ବାଚନ ପାଇଁ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୯।୫: ଜୁନ୍‌ ୧୦ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ୧୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଏବଂ ନିର୍ମଳା ସୀତାରମଣ ଯଥାକ୍ରମେ ମହାରାଷ୍ଟ୍ର ଏବଂ କର୍ନାଟକରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି।
ଏହି ୧୬ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୬ ଜଣ ଉତ୍ତରପ୍ରଦେଶର ବୋଲି ଜଣାପଡିଛି। ସେହିପରି କର୍ନାଟକ, ମହାରାଷ୍ଟ୍ର ଏବଂ ବିହାରରୁ ଦୁଇଜଣ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶ ଏବଂ ହରିୟାଣାର ଗୋଟିଏ ଲେଖାଏ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।

Share