ଧୂମୁଛାଇ ଉପନିର୍ବାଚନ ଫଳଫଳ: ଭାଜପା ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀଙ୍କ ବାଜିମାତ୍‌

ବେଲଗୁଣ୍ଠା,୨୪ା୪(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ହୋଇଥିବା ବେଳେ ଆଜି ଭୋଟ୍‌ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ଫଳାଫଳ ବିଜେପି ସମର୍ଥିତ ପ୍ରାର୍ଥୀଙ୍କ ସପକ୍ଷରେ ଯାଇଛି। ଭାଜପା ସମର୍ଥିତ ପ୍ରାର୍ଥୀ ଶ୍ୟାମସୁନ୍ଦର ନାୟକ ବିଜେଡି ସମର୍ଥିତ ପ୍ରାର୍ଥୀ ବିନୋଦିନୀ ନାୟକଙ୍କୁ ହରାଇ ଏହି ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ବୁଧବାର ନିର୍ବାଚନ ସରିବା ପରେ ବାଲଟ ବକ୍ସଗୁଡ଼ିକୁ ସୁରକ୍ଷା ବଳୟ ଭିତରେ ଆଣି ବ୍ଲକ କାର୍ଯ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଥିଲା। ଆଜି ପୂର୍ବ ପ୍ରସ୍ତୁତି ମୁତାବକ ସକାଳ ୮ ଘଣ୍ଟାଠାରୁ ଗଣତି ଆରମ୍ଭ ହୋଇ ମଧ୍ୟାହ୍ନ ବାର ଘଣ୍ଟା ପର୍ଯ୍ୟନ୍ତ ପାଞ୍ଚ ରାଉଣ୍ଡରୁ ଗଣତିରେ କରାଯାଇ ଫଳାଫଳ ପ୍ରକାଶ ପାଇଥିଲା। ପ୍ରଥମ ରାଉଣ୍ଡରୁ ହିଁ ଭାଜପା ପ୍ରାର୍ଥୀ ଶ୍ୟାମସୁନ୍ଦର ନାୟକ ଭାଜପା ପ୍ରାର୍ଥୀ ବିନୋଦିନୀଙ୍କଠାରୁ ଆଗୁଆ ରହି ତାଙ୍କ ଠାରୁ ୮୩୪ ଖଣ୍ଡ ଭୋଟ୍‌ ଅଧିକ ପାଇ ବିଜୟ ଲାଭ କରିଥିଲେ। ଏହି ନିର୍ବାଚନ ପ୍ରକ୍ରିୟାରେ ବେଲଗୁଣ୍ଠା ବି ବିଜୟ କୁମାର ପ୍ରଧାନ ନିର୍ବାଚନ ଅଧିକାରୀ ରୂପେ ଦାୟିତ୍ୱ ତୁଲାଇଥିବା ବେଳେ ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ରହିଥିଲେ। ଭଞ୍ଜନଗରରେ ଅତିରିକ୍ତ ଏସ୍‌ପି ରଞ୍ଜନ କୁମାର ଦେ, ଏସ୍‌ ସୁଜିତ୍‌ କୁମାର ନାୟକ,ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଗାଙ୍ଗପୁର ଥାନା ଅଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ,ବେଲଗୁଣ୍ଠା ଥାନା ଅଧିକାରୀ ବନ ବିହାରୀ ପ୍ରଧାନ, ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା, ବୁଗୁଡ଼ା ଥାନା ଅଧିକାରୀ ସୀତାଂଶୁ ଶେଖର୍‌ ମାନ୍ଧାତାଙ୍କ ସମେତ ପୋଲିସ ବାହିନୀ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଥିଲେ। ଶ୍ୟାମ ସୁନ୍ଦରଙ୍କ ବିଜୟ ପରେ ଭାଜପା ନେତା ଓ କର୍ମୀ ବାଣ ଫୁଟାଇ ଏବଂ ପରସ୍ପରକୁ ମିଠା ଖୁଆଇ ଖୁସି ମନାଇଥିବା ବେଳେ ଭାଜପା ମହଲରେ ନିରାଶା ଖେଳି ଯାଇଛି ସୋରଡ଼ା ବିଧାୟକ ନୀଳମଣି ବିଷୋୟୀଙ୍କ ଗୋଟି ଚାଳନାର ସୁଫଳ ବୋଲି ଭାଜପା ମହଲରେ ଆଲୋଚନା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri