ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା କାଉନସିଲର

ନୀଳଗିରି,୧୩।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏଏସି)ରେ କିଛିଦିନ ହେଲା ରାଜନୈତିକ ହଟଚମଟ ଲାଗି ରହିଛି। ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୋଧରେ ଆସନ୍ତା ୧୪ ତାରିଖରେ ଅନସ୍ଥା ଭୋଟ ଗ୍ରହଣ କରାଯିବ। ଏଥିପାଇଁ ପୂର୍ବରୁ ସମସ୍ତ କାଉନସିଲରଙ୍କୁ ନୋଟିସ୍‌ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭାଜପାର ୧୧ଜଣ କାଉନସିଲର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହିତ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ।
ନିର୍ବାଚନରେ ନୀଳଗିରି ବିଜେଡିର ସଙ୍ଗଠନକୁ ସୁଦୃଢ଼ କରି ଏନ୍‌ଏସିରେ ୮ଜଣ କାଉନସିଲର ଜିତାଇବା ସହିତ ଅଧ୍ୟକ୍ଷା ପଦବୀ ହାତେଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସନ୍ତୋଷ କୁମାର ଖଟୁଆ। ମାତ୍ର ୨୦୨୪ ନିର୍ବାଚନରେ ପଟ୍ଟ ପରିବର୍ତ୍ତନ କରି ଭାଜପାରେ ସାମିଲ ହୋଇଥିଲେ ଖଟୁଆ ଏବଂ ବିଧାୟକ ଭାବେ ବିଜୟୀ ହୋଇଥିଲେ। ଏହାପରେ ତାଙ୍କ ଅନୁଗତ କାଉନସିଲରମାନେ ଭାଜପାରେ ସାମିଲ ହୋଇଥିଲେ। ଗତ ଅଗଷ୍ଟ ୫ତାରିଖରେ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଲାଗି ୧୩ କାଉନସିଲରଙ୍କ ମଧ୍ୟରୁ ୧୧ଜଣଙ୍କ ଦସ୍ତଖତ ଥାଇ ୯ଜଣ କାଉନସିଲର ଜିଲାପାଳଙ୍କୁ ଭେଟି ପତ୍ର ଦେଇଥିଲେ। ଅନାସ୍ଥା ପ୍ରସ୍ତାବ ମୁତାବକ ଓଡ଼ିଶା ମ୍ୟୁନିସିପାଲ ଆଇନ ଅନୁଯାୟୀ ନୀଳଗିରି ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୪ରେ ଏନ୍‌ଏସି ସଭାଗୃହରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ପୂର୍ବକ ଭୋଟ୍‌ ଗ୍ରହଣ କରାଯାଇ ଫଳାଫଳ ଘୋଷଣା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri