ଓଡ଼ିଶାରେ ଭାଜପା ଶାସନ

ଭୁବନେଶ୍ୱର, ୧୩।୬ (ସୁନିତ୍‌ ମିଶ୍ର)ଓଡ଼ିଶାରେ ବୁଧବାରଠାରୁ ଆରମ୍ଭ ହୋଇଛି ଭାଜପା ଶାସନ। ଏହାସହ ରାଜ୍ୟରେ ‘ଡବଲ ଇଞ୍ଜିନ ସରକାର’ ପାଇଁ ଭାଜପା ଦେଇଥିବା ଆହ୍ବାନ ସଫଳ ହୋଇଛି। କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଏଥିସହ ୮ ଜଣ ବିଧାୟକ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଏବଂ ୫ ଜଣ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲିକ ଓ ସମ୍ପଦ ଚନ୍ଦ୍ର ସ୍ବାଇଁ ସ୍ବାଧୀନ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି।
ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନୀତିନ ଗଡ଼କରୀ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଭୂପେନ୍ଦ୍ର ଯାଦବ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ଏମ୍‌ପି ବୈଜୟନ୍ତ ପଣ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ନରେନ୍ଦ୍ର ସିଂ ତୋମାର ଏବଂ ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ଏହାସହ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମଧ୍ୟ ଯୋଗଦେଇଥିଲେ। ଭାଜପାର ନିମନ୍ତ୍ରଣକୁ ରକ୍ଷା କରି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ। ଭାଜପାର ନବନିର୍ବାଚିତ ସମସ୍ତ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ।
ନୂଆ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବ କାର୍ଯ୍ୟକ୍ରମରେ ସାମିଲହେବା ଲାଗି ରାଜ୍ୟର ବିଭିନ୍ନ ସ୍ଥାନରୁ ବହୁ ସଂଖ୍ୟାକ ଅତିଥି ଏବଂ ଜନସାଧାରଣ ଆସି ପହଞ୍ଚିଥିଲେ। ଏତେ ସଂଖ୍ୟକ ଲୋକଙ୍କ ସମାଗମ କାରଣରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ଜାମ୍‌ ହୋଇଯାଇଥିଲା। ବ୍ୟାପକ ଟ୍ରାଫିକ ବ୍ୟବସ୍ଥା ସତ୍ତ୍ୱେ ଗାଡି ମୋଟର ଚଳାଚଳରେ ବହୁ ଅସୁବିଧା ଦେଖିବାକୁ ମିଳିଥିଲା। ଅପରାହ୍ନ ପ୍ରାୟ ୪ଟା୧୫ ପାଖାପାଖି ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସଭାସ୍ଥଳରେ ପହଞ୍ଚିଥିଲେ। ସେ ପ୍ରାୟ ୧ଘଣ୍ଟା ପର୍ଯ୍ୟନ୍ତ ସମାରୋହସ୍ଥଳରେ ବସିଥିବା ନେତା, କର୍ମୀ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ସାକ୍ଷାତ କରିଥିଲେ। ଏହାପରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ସାଧୁସନ୍ଥମାନଙ୍କ ପାଦ ଧୂଳି ନେଇଥିଲେ। ପ୍ରାୟ ୫ଟା ୫ମିନିଟ୍‌ ସମୟରେ ପ୍ରଧାନମନ୍ତ୍ରୀ ଓ ରାଜ୍ୟପାଳ ଆସି ସଭାମଞ୍ଚରେ ପହଞ୍ଚିଥିଲେ। ଏହାପରେ ରାଜ୍ୟପାଳ ରଘୁବର ଦାସ ପ୍ରଥମେ ମୁଖ୍ୟମନ୍ତ୍ରୀ, ୨ ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳ ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତା ଶପଥ ପାଠ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଓଡ଼ିଆରେ ଶପଥ ପାଠ କରିଥିବା ଦେଖିବାକୁ ମିଳିଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ଫୁଲତୋଡ଼ା ଦେଇ ନୂଆ ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

କାର୍ଯ୍ୟକ୍ରମ ଶେଷ ହେବାପରେ ପ୍ରଧାନମନ୍ତ୍ରୀ ମଞ୍ଚର ଏକ କୋଣକୁ ଆସି ଶପଥ ଉତ୍ସବ କାର୍ଯ୍ୟକ୍ରମ ଲାଗି ଆମନ୍ତ୍ରିତ ହୋଇଥିବା ସାଧୁସନ୍ଥମାନଙ୍କୁ ପ୍ରଣାମ କରିଥିଲେ। ଏହାପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀମାନଙ୍କ ସହ କିଛି ସମୟ ଆଲୋଚନାକରି ସେଠାରୁ ଫେରିଯାଇଥିଲେ। ପ୍ରଧାନମନ୍ତ୍ରୀ ଦ୍ୱିପ୍ରହର ସମୟରେ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ରାଜଭବନ ଗସ୍ତ କରିଥିଲେ। ରାଜଭବନରୁ ଆସିବା ସମୟରେ ତାଙ୍କୁ ଦେଖିବା ଲାଗି ରାସ୍ତାକଡ଼ରେ ପ୍ରବଳ ଲୋକଙ୍କ ଭିଡ଼ ଜମିଥିଲା। ପ୍ରଧାନମନ୍ତ୍ରୀ ହାତ ହଲାଇ ସମସ୍ତଙ୍କୁ ଅଭିବାଦନ ଜଣାଇଥିଲେ।
ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଭାସ୍ଥଳରେ ପହଞ୍ଚିବା ପରେ ସମସ୍ତ ଭାଜପା ନେତା ତାଙ୍କୁ ପ୍ରଣାମ କରିଥିଲେ। ମୋହନ ମାଝି ମଧ୍ୟ ଯାଇ ନବୀନଙ୍କ ଆଶୀର୍ବାଦ ନେଇଥିଲେ। ମନ୍ତ୍ରିମଣ୍ଡଳର ସଦସ୍ୟମାନେ ମଧ୍ୟ ନବୀନଙ୍କ ଆଶୀର୍ବାଦ ନେଇଥିଲେ। କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ସେହି ସମୟରେ ସଭାସ୍ଥଳରେ ଅନ୍ୟ ଜଣଙ୍କ ସହ କଥା ହେଉଥିଲେ, ମାତ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ନବୀନଙ୍କ ଉପସ୍ଥିତି ବିଷୟରେ ଜଣାଇଥିଲେ। ଏହାପରେ ସଙ୍ଗେ ସଙ୍ଗେ ନବୀନଙ୍କୁ ଭେଟିବା ଲାଗି ରାଜନାଥ ଯାଇଥିଲେ। ଶପଥ ପାଠ ଉତ୍ସବ ଚାଲିଥିବା ବେଳେ ଭାରତମାତା କି ଜୟ, ଜୟ ଶ୍ରୀରାମ, ମୋଦି ଜିନ୍ଦାବାଦ ନାରାରେ ସମାରୋହସ୍ଥଳ କମ୍ପି ଉଠୁଥିଲା। ଏହି କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳ ସମ୍ପୂର୍ଣ୍ଣ ପୋଲିସ ଛାଉଣି ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri