ବିଜୁ ପଟ୍ଟନାୟକଙ୍କୁ ଅପମାନିତ କରିଛି ଭାଜପା ସରକାର: ବିଜେଡି ପକ୍ଷରୁ ଜୋରଦାର ପ୍ରତିବାଦ

ବଲାଙ୍ଗୀର, ୬।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜେଡି ପକ୍ଷରୁ ଗୁରୁବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସମାବେଶ ଓ ପ୍ରତିବାଦ ସଭା କରାଯାଇଥିଲା। ପୂର୍ବରୁ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନରେ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଥିଲା । ଏହି ଦିନକୁ ସରକାରୀ ଛୁଟି ଘୋଷଣା କରଯାଉଥିଲା l ମାତ୍ର ରାଜ୍ୟରେ ନୂଆ ଭାଜପା ସରକାର ଆସିବା ପରେ ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ସ୍ଥିର କରାଯାଇଥିବା କୁହାଯାଇଛି l ଏହାକୁ ବିଜେଡି ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଏହି ଦିବସକୁ ବଦଳାଇବା ପଛର ରହସ୍ୟ କଣ ରହିଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ପ୍ରଶ୍ନ କରାଯାଇଛି l ଏହା ବିଜୁବାବୁଙ୍କ ଭଳି କୃତି ସନ୍ତାନଙ୍କ ପ୍ରତି ଘୋର ଅପମାନ ବୋଲି କୁହାଯାଇଛି । ବିଜୁ ପଟ୍ଟନାୟକ ଓଡ଼ିଶାର ସୁଯୋଗ୍ୟ ସନ୍ତାନ । ସର୍ବସାଧାରଣଙ୍କ ହିରୋ। ତାଙ୍କୁ କେହିବି ହଟାଇ ପାରିବେ ନାହିଁ। ଭାଜପା ଏଭଳି ହୀନମନ୍ୟତା ପରିତ୍ୟାଗ କରୁ ବୋଲି ବିଜେଡି ନେତା ଓ ନେତ୍ରୀମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image