୧୪୭ ଛାଡ଼, ୮୦ ଆସନ ପାଇଁ ପ୍ରାର୍ଥୀ ପାଉନି ଭାଜପା

ଭୁବନେଶ୍ୱର,୨ା୪(ଅନିଲଦାସ):ବିଜୁ ଜନତା ଦଳ ପକ୍ଷରୁ ଯାହା କହି ଆସୁଛୁ ତାହା ସତ୍ୟ ବୋଲି ପ୍ରମାଣିତ ହେଉଛି। ଓଡ଼ିଶା ଭାଜପା ପାଖରେ ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଛାଡ଼ନ୍ତୁ, ୮୦ ଆସନ ଲାଗି ମଧ୍ୟ ପ୍ରାର୍ଥୀ ନାହାନ୍ତି ବୋଲି ବିଜେଡି କହିଛି। ସୋମବାର ଶଙ୍ଖଭବନଠାରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ମୁଖପାତ୍ର ସ୍ବୟମ ପ୍ରକାଶ ମହାପାତ୍ର କହିଛନ୍ତି ଯେ, ଆଗରେ ୮୦ ଆସନରେ ଜିତିବାର ସିନା ବାହୁସ୍ଫୋଟ ମାରିଛି ହେଲେ ଅସଲରେ ପ୍ରାର୍ଥୀ ନ ପାଇବା ଓଡ଼ିଶା ଭାଜପା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି; ଯେଉଁଥି ପାଇଁ ସେମାନେ ପ୍ରାର୍ଥୀ ତାଲିକା ଘୋଷଣା କରିପାରୁ ନାହାନ୍ତି । ପ୍ରଥମେ ଓଡ଼ିଶା ଭାଜପାର ପ୍ରାର୍ଥୀ ସନ୍ଧାନକାରୀ ଦଳ ଜିଲାରୁ ଜିଲା ବୁଲିଲେ। ଏମାନେ ପ୍ରାର୍ଥୀ ପାଇବା ତ ଦୂରର କଥା ବରଂ ତୃଣମୂଳସ୍ତରରେ ଦଳର ଅତି ଦୁର୍ବଳ ସଙ୍ଗଠନ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଓଡ଼ିଶା ଭାଜପାର ସ୍ଥିତି ଏମିତି ହୋଇଛି ଯେ, ସେମାନେ ଯାହାକୁ ଯେଉଁଠୁ ପାରୁଛନ୍ତି ଆଣି ଦଳରେ ସାମିଲ କରାଉଛନ୍ତି । ଯେନତେନ ପ୍ରକାରେ ୧୪୭ ଆସନ ପାଇଁ ତାଲିକା ପୂରଣ କରିବା ଚକ୍କରରେ ଥିବା ଭଳି ସ୍ପଷ୍ଟ ଜଣାପଡୁଛି। ଅନ୍ୟ ଦଳର ବିତାଡ଼ିତ ଓ ଜନବିରୋଧୀ ନେତାଙ୍କ ସହ ଆପରାଧିକ କାର୍ଯ୍ୟରେ ଲିପ୍ତଥିବା ନେତା ଏବେ ଓଡ଼ିଶା ଭାଜପା ପାଇଁ ଏକମାତ୍ର ଆଶା ପାଲଟିଛନ୍ତି ବୋଲି ସ୍ବୟମ କହିଛନ୍ତି ା
ଅନ୍ୟପକ୍ଷରେ ଭାଜପା ମଧ୍ୟ ବିଜେଡିକୁ କଡ଼ା ସମାଲୋଚନା କରିଛି। ରାଜ୍ୟ ଭାଜପା ଉପସଭାପତି ତଥା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ହେଉଛି ବିଶ୍ୱର ସବୁଠୁ ବଡ଼ ଏବଂ ଗଣତାନ୍ତ୍ରିକ ରାଜନୈତିକ ଦଳ ା ଦିଲ୍ଲୀରେ କେନ୍ଦ୍ରୀୟ ସଂସଦୀୟ ବୋର୍ଡ ଭାଜପାରେ ପ୍ରାର୍ଥୀ ଟିକେଟ ନାମତାଲିକା ଘୋଷଣା କରନ୍ତି ା ଠିକ୍‌ ସମୟରେ ପ୍ରାର୍ଥୀ ଘୋଷଣା କରାଯିବ ା ଗଣତନ୍ତ୍ର ବ୍ୟବସ୍ଥାରୁ ବାହାରେ ଥିବା ବିଜୁ ଜନତା ଦଳକୁ ଏହା ବୁଝିବା ଅତ୍ୟନ୍ତ କଷ୍ଟକର ା ଅନ୍ୟପଟେ ବିଜେଡି ଭାଙ୍ଗିଯାଉଥିବାରୁ ବିଜେଡି ନେତାମାନଙ୍କ ମୁଣ୍ଡ ବିନ୍ଧିବା ଆରମ୍ଭ ହୋଇଯାଇଛି । ଏଥିସହ ସେମାନେ ପ୍ରଳାପ ଆରମ୍ଭ କରିଦେଇଛନ୍ତି ା ଅନ୍ୟ ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରିବା ପୂର୍ବରୁ ଶାସକ ବିଜେଡି ନିଜକୁ ନିଜେ ଆତ୍ମସମୀକ୍ଷା କରୁ ଏବଂ ବର୍ତ୍ତମାନ ସୁଦ୍ଧା କାହିଁକି ଅର୍ଦ୍ଧାଧିକ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇ ନାହିଁ ସ୍ପଷ୍ଟ କରୁ ା ବାସ୍ତବରେ ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ପାଇଁ କାଳ ସାଜିଛି ା ଓଡ଼ିଶାବାସୀଙ୍କ ସହ ପ୍ରତାରଣା କରିଥିବାରୁ ବହୁ ନେତା ବିଜେଡିର ହାତ ଛାଡ଼ିଦେଉଛନ୍ତି ା ମିଥ୍ୟା ଓ ଗୁଜବ ସୃଷ୍ଟିକାରୀ ବିଜେଡିକୁ ଉଚିତ ଜବାବ ଦେବା ପାଇଁ ଓଡ଼ିଶାବାସୀ ମନ ସ୍ଥିର କରିଛନ୍ତି ବୋଲି ଗୋଲକ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ...

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image