୧୦ ହଜାର ବଟି ପାଇଁ ମିଲ ମାଲିକଙ୍କୁ ଧମକ ଘଟଣା: ଜେଲ ଗଲେ ଭାଜପା ନେତା

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସ ଗୁରୁବାର ଚିକିଟି ବ୍ଲକ ଲାଲମେଣ୍ଟା ଗ୍ରାମର ଭାଜପା ନେତା ଶଙ୍କର ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୮୪/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୩ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆପଡ଼ା ଗ୍ରାମର ଇ.ସପନ କୁମାର ଓରଫ ମଣ୍ଟୁଙ୍କ ତ୍ରିପତି ଭେଙ୍କଟେଶର ରାଇସ ମିଲକୁ ଆସି ତୁମେ ଧାନ ବ୍ୟବସାୟ କରୁଛ। ମୋତେ ୧୦ ହଜାର ଟଙ୍କା ବଟି ଦିଅ, ନ ହେଲେ ତୁମର ବହୁତ ଅସୁବିଧା ହେବ ବୋଲି ଧମକ ଦେଇ ଚାଲି ଯାଇଥିଲେ। ପରେ ଫୋନ କରି ତୁମେ ମୋତେ ଟଙ୍କା ନ ଦେଲେ ଧାନ ବ୍ୟବସାୟ କରିପାରିବ ନାହିଁ। ଯଦି ମୋ କଥା ନ ଶୁଣିବ ତା ହେଲେ ତୁମ ମିଲ ପାଖକୁ ଲୋକ ପଠାଇବି କହି ଧମକ ଦେଇଥିଲେ। ଏନେଇ ମିଲ ମାଲିକ ସପନ ଘଟଣାର ପରଦିନ ୮ରେ କେ.ନୂଆଗାଁ ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଆଇଆଇସି କିଶୋର କୁମାର ସାମଲ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଘଟଣାଦିନ ଠାରୁ ଫେରାର ଥିବା ଶଙ୍କରଙ୍କୁ ତଦନ୍ତକାରୀ ଅଧିକାରୀ ଏସ.ଆଇ ଜୟନାଥ ପ୍ରଧାନ ଗିରଫ କରିବା ସହ ସପନଙ୍କ ମୋବାଇଲ ଫୋନକୁ ଶଙ୍କର କରିଥିବା ଭଏସ ରେକର୍ଡିଂ ଏବଂ ହ୍ବାଟସଆପ ମେସେଜ କ୍ଲିପକୁ ଜବତ କରି ତାଙ୍କୁ ଅପରାହ୍ନରେ କୋର୍ଟ ଚାଲାଣ କରିଥିଲେ। ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର...

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image