ବିଜେଡିରେ ପଶ୍ଚିମ ଓଡ଼ିଶାର ଭାଜପା ନେତା

ଭୁବନେଶ୍ୱର,୨୫ା୭(ଅନିଲ ଦାସ):ପଶ୍ଚିମ ଓଡ଼ିଶାର ବରିଷ୍ଠ ଭାଜପା ନେତା ଓ ଶ୍ରମିକ ସଂଗଠକ ଜଗଦୀଶ ବିଶ୍ୱାଳ ସୋମବାର ଶଙ୍ଖଭବନଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭା ସଦସ୍ୟ ତଥା ବିଜେଡିର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି।
ଏହି ଅବସରରେ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟ ଆଗେଇ ନେବା ତଥା ଜଗଦୀଶଙ୍କ ଯୋଗଦାନ ଫଳରେ ପଶ୍ଚିମ ଓଡ଼ିଶାରେ ଦଳୀୟ ସଙ୍ଗଠନ ମଜଭୁତ ହେବ ବୋଲି ମାନସ ଆଶା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କର ବିକାଶମୂଳକ କାର୍ଯ୍ୟ ତଥା ଜନକଲ୍ୟାଣ ଯୋଜନାରେ ଉଦ୍‌ବୁଦ୍ଧ ହୋଇ ସେ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି ବୋଲି ଜଗଦୀଶ କହିଛନ୍ତି ା ମହିଳା ସଶକ୍ତୀକରଣ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ ଏକ୍ସପ୍ରେସ୍‌ ୱେ, ୫-ଟି ସ୍କୁଲ ରୂପାନ୍ତରଣ, କ୍ରୀଡ଼ା ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଲାଗି ଓଡ଼ିଶା ଆଜି ସାରା ବିଶ୍ୱରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି ବୋଲି ସେ କହିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଜଗଦୀଶ, ରାଷ୍ଟ୍ରୀୟ କୁଲ୍‌ଟା ସମାଜର ଜାତୀୟ ସାଧାରଣ ସମ୍ପାଦକ, ଭାରତୀୟ ମଜଦୁର ସଂଘର ପଶ୍ଚିମଓଡ଼ିଶା ଆବାହକ, ଇଷ୍ଟ କୋଷ୍ଟ ରେଲ୍‌ୱେ ଠିକା ମଜଦୁର ସଂଘର କ୍ଷେତ୍ରୀୟ ସଭାପତି ଭଳି ଅନେକ ସଙ୍ଗଠନ ସହ ସମ୍ପୃକ୍ତ ଅଛନ୍ତି ା ଏହି ମିଶ୍ରଣ ପର୍ବରେ ଦଳର ମୁଖପାତ୍ର ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବରିଷ୍ଠ ନେତା ମୌସମ୍‌ ମିଶ୍ର ଉପସ୍ଥିତ ଥିଲେ ା

Share