ଯିଏ ଅଣଓଡ଼ିଆଙ୍କ କଣ୍ଟ୍ରୋଲରେ ଥିଲେ ସିଏ ଆମକୁ ଓଡ଼ିଆ ‘ଅସ୍ମିତା’ ଶିଖାଉଛନ୍ତି: ଭାଜପା

ଭୁବନେଶ୍ୱର, ୨୩।୭: ଦୀର୍ଘ ୨୫ ବର୍ଷ ପରେ ବିରୋଧୀ ଆସନକୁ ଆସିଥିବା ବିଜେଡି ବିଧାନସଭାରେ ହଙ୍ଗାମା କରୁଥିବା ଦେଖାଯାଇଛି। ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ବିଜେଡି ମୁଖ୍ୟମନ୍ତ୍ରୀ ବିବୃତି ରଖନ୍ତୁ ବୋଲି ଦାବି କରୁଥିବା ବେଳେ ତଦନ୍ତ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛି। ଅପରପକ୍ଷେ ଭାଜପା ପକ୍ଷରୁ ଏହାକୁ ଅସହିଷ୍ଣୁତାର ନିଦର୍ଶନ ବୋଲି କୁହାଯାଉଛି।

ବିଧାନସଭାରେ ହଟ୍ଟଗୋଳକୁ ନେଇ ଭାଜପା ସଦସ୍ୟ ଟଙ୍କଧର ତ୍ରିପାଠୀ କହିଛନ୍ତି , ଅସହିଷ୍ଣୁର ପରାକାଷ୍ଟାରେ ପହଞ୍ଚିଛି ବିରୋଧୀ ଦଳ। ଗୋଟିଏ ମାସ ଭିତରେ ମୋହନ ମାଝିଙ୍କ ସରକାର ଯେତିକି କାମ କରିଛନ୍ତି ସେଥିରେ ବିରୋଧୀ ଅସିହିଷ୍ଣୁ ହୋଇ ପଡିଛନ୍ତି। ଯେଉଁମାନେ ଜଣେ ଅଣଓଡିଆଙ୍କ ରିମୋଟ କଣ୍ଟ୍ରୋଲରେ ଚାଲୁଥିଲେ ସେମାନେ ଆମକୁ ଅଣ ଓଡିଆ ଅସ୍ମିତା କଥା ଶିଖେଇବେ। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାମରେ ଏଫ୍‌ଆଇଆର ହୋଇଥିଲା। ପୂର୍ବତନ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଏବଂ ଅରୁଣ ସାହୁଙ୍କ ନାମରେ ଅଭିଯୋଗ ଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ସେମାନଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ନେଲେ ବୋଲି ସେ ପାଲଟା ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri