Posted inଜାତୀୟ

ନିର୍ବାଚନ ପାଇଁ ଭାଜପାର ଖାସ୍‌ ପ୍ଲାନିଂ: ନିତିନ ଗଡକରୀଙ୍କୁ ବଡ଼ ଦାୟିତ୍ୱ

ପୁଣେ,୭।୯: ଆସନ୍ତା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ମହାରାଷ୍ଟ୍ରର ସମସ୍ତ ଭାଜପାନେତା ଅଂଶଗ୍ରହଣ କରିବେ। ମହାରାଷ୍ଟ୍ର ଭାଜପା ୟୁନିଟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଏହି ସୂଚନା ଦେଇଛନ୍ତି। ଭାଜପାର ବିଧାନସଭା ନିର୍ବାଚନ ଯୋଜନା ସମ୍ପର୍କରେ ସେ କହିଛନ୍ତି,ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ନେତୃତ୍ୱରେ ୨୧ଜଣ ନେତା ମହାରାଷ୍ଟ୍ରର ବିଭିନ୍ନ କମିଟିର ଅଂଶ ହେବେ ଏବଂ ସମସ୍ତଙ୍କୁ ଦାୟିତ୍ୱ ଦିଆଯାଇଛି।

ଚନ୍ଦ୍ରଶେଖର କହିଛନ୍ତି, ମହାୟୁତି ପାଇଁ ଭାଜପାର ଯୋଜନା ବୁଥ ସ୍ତର ପର୍ଯ୍ୟନ୍ତ ପରିଚାଳନା କରିବା। ମହାରାଷ୍ଟ୍ରରେ ହେବାକୁ ଥିବା ନିର୍ବାଚନ ପ୍ରଚାରରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଅଂଶଗ୍ରହଣ କରିବେ। ନିର୍ବାଚନ ପ୍ରଚାରକୁ ପୂର୍ଣ୍ଣ ସମୟ ଦେବାକୁ ଆମେ ନିତିନ ଗଡକରୀଙ୍କୁ ଅନୁରୋଧ କରିଥିଲୁ ଏବଂ ସେ ରାଜି ହୋଇଥିଲେ। ଭାଜପା ବ୍ୟତୀତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମଧ୍ୟ ମହାରାଷ୍ଟ୍ରରେ ଶାସକ ମହାସଂଘର ଏକ ଅଂଶ।

ନିକଟରେ ମହାରାଷ୍ଟ୍ରରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାଜପା ଝଟ୍‌କାର ସମ୍ମୁଖୀନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଭାଜପା ଏଥର ବିଧାନସଭା ନିର୍ବାଚନରେ କୌଣସି ସୁଯୋଗ ଛାଡିବାକୁ ଚାହୁଁନାହିଁ। କିଛି ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଘୋଷଣା କରାଯାଇପାରେ। ଏହାପୂର୍ବରୁ ଭାଜପା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏହା ବ୍ୟତୀତ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାଓସେହେବ ଦାନଭେ ପାଟିଲ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ, ମନ୍ତ୍ରୀ ସୁଧୀର ମୁଙ୍ଗନ୍ତୀୱର, ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଏବଂ ରାଜ୍ୟର ଅନ୍ୟ ନେତାମାନେ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି।

ଚନ୍ଦ୍ରଶେଖର ବାୱାନକୁଲେ କହିନ୍ତି, ଭାଜପା ପକ୍ଷରୁ ବାୱାନକୁଲେଚନ ପ୍ରଚାରର ନେତୃତ୍ୱ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ଦିଆଯାଇଛି। ମହାରାଷ୍ଟ୍ରର ଲୋକମାନେ ଗଡକରୀଙ୍କୁ ବହୁତ ଭଲ ପାଆନ୍ତି। ସେ ନିଜର ସାମର୍ଥ୍ୟକୁ ସର୍ବଦା ପ୍ରମାଣ କରିଆସୁଛନ୍ତି। ସେ ସର୍ବଦା ଆମର ମୂଳ ଦଳ ତଥା ସଂସଦୀୟ ବୋର୍ଡର ଏକ ଅଂଶ ଅଟନ୍ତି।
ଲୋକ ସଭା ବାୱାନକୁଲେଚନରେ ନିତିନ ଗଡକରୀ ନାଗପୁର ଆସନରୁ କଂଗ୍ରେସର ବିବେକ ଠାକରେଙ୍କ ବିରୋଧରେ ପ୍ରାୟ ୨୫ଟି ରାଲି କରିଥିଲେ। ସେ ୧,୩୭,୦୦୦ ଭୋଟରେ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri