ଆଜି ଭାଜପାର ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା ସେନେଇ ଗୁରୁବାରଠାରୁ ବିଶେଷ ଆଲୋଚନା ହେଉନାହିଁ। ମେଣ୍ଟ ହେବ ନ ହେବ ତା’ର ସ୍ପଷ୍ଟ ଚିତ୍ର ନ ଥିବା ଉଭୟ ବିଜେଡି ଏବଂ ଭାଜପା ନେତାମାନେ ଖୋଲାଖୋଲି ମତଦେବା ଆରମ୍ଭ କଲେଣି।

ଏହାରି ଭିତରେ ଶନିବାର ଭାଜପାର ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ ବୋଲି ଜଣାପଡିଛି। ପୂର୍ବରୁ ଭାଜପାର ସେଣ୍ଟ୍ରାଲ ନିର୍ବାଚନ କମିଟି(ସିଇସି) ବୈଠକ ଦୁଇ ଥର ବସିସାରିଥିବା ବେଳେ ଦୁଇଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ମଧ୍ୟ ପ୍ରକାଶ ପାଇସାରିଛି। ହେଲେ ଦୁଇଟି ଯାକ ପର୍ଯ୍ୟାୟରେ ଓଡ଼ିଶାକୁ ତାଲିକାରେ ରଖାଯାଇ ନାହିଁ।

ଏଭଳି ସ୍ଥିତିରେ ଶନିବାର ବସିବାକୁ ଥିବା ରାଜ୍ୟ ନିର୍ବାଚନ କମିଟି ବୈଠକ ବହୁ ଗୁରୁତ୍ୱ ବହନ କରୁଥିବା ଚର୍ଚ୍ଚା ହେଉଛି। ତେବେ ଭାଜପାର ରାଜ୍ୟ ନିର୍ବାଚନ କମିଟିରେ ମୋଟ୍‌ ୧୯ ଜଣ ସଦସ୍ୟ ରହିଛନ୍ତି। ସେଥିରେ ୧୫ ଜଣ ସଦସ୍ୟଙ୍କ ସମେତ ଜଣେ ଏକ୍ସ ଅଫିସିଓ ଓ ୩ କେନ୍ଦ୍ରୀୟ ନେତାଙ୍କୁ ସ୍ବତନ୍ତ୍ର ଆମନ୍ତ୍ରିତ ଭାବେ ରଖାଯାଇଛି। ସେମାନେ ହେଉଛନ୍ତି, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଏମ୍‌ପି ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି କେ.ଭି. ସିଂଦେଓ, ସମୀର କୁମାର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର, ଦଳର ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି ଅଛନ୍ତି। ଏହାସହ ମହିଳା ମୋର୍ଚ୍ଚା ସଭାପତି ଏଶ୍ୱର୍ଯ୍ୟା ବିଶ୍ୱାଳ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ରହିଛନ୍ତି।

ଏହି ନେତାମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅପରାହ୍ନ ୪ଟା ସମୟରେ ବୈଠକ ବସିବ ବୋଲି ପୂର୍ବତନ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି। ହେଲେ ଏହି ବୈଠକ ସମ୍ପର୍କରେ କୌଣସି ସୂଚନା ନ ଥିବା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି। ଯଦି ବି ବୈଠକ ହୁଏ ନିର୍ବାଚନମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ ଥିବାରୁ ସେଥିରେ ଯୋଗଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ନିର୍ବାଚନ କମିଟି ବୈଠକ ଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ କାହିଁକି ଯୋଗଦେବେ ନାହିଁ ଏବଂ ତାଙ୍କୁ କିପରି ବୈଠକ ସମ୍ପର୍କରେ ସୂଚନା ଶୁକ୍ରବାର ପର୍ଯ୍ୟନ୍ତ ମିଳି ନାହିଁ ବୋଲି ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri