ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି ତୋଳିନାହାନ୍ତି। ବିଶେଷ ଭାବେ ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟଶସ୍ୟ ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ା ବିଜେଡି ଶାସନ କାଳରେ ଆରମ୍ଭ ହୋଇଥିବା ଆଳୁ ମିଶନର ବିଫଳତା ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ। ସେହିପରି ନିଜର ଦୀର୍ଘ ଶାସନ କାଳରେ ଗୋଟିଏ ହେଲେ ନୂତନ ଶୀତଳଭଣ୍ଡାର ନିର୍ମାଣ କରିବାରେ ବିଜେଡି ଅସମର୍ଥ ହୋଇଛି। ଦରଦାମ ବୃଦ୍ଧି ପ୍ରସଙ୍ଗରେ ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନବାବୁଙ୍କ ବକ୍ତବ୍ୟ ଶୋଭା ପାଉନାହିଁ ଏବଂ ସମାନ ପ୍ରସଙ୍ଗରେ ବିଜେଡିର ବକ୍ତବ୍ୟ ଅତ୍ୟନ୍ତ ହାତ୍ସ୍ୟାସ୍ପଦ ବୋଲି ଭାଜପା ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି କହିଛନ୍ତି। ଦିଲୀପ କହିଛନ୍ତି , ଚିଠି ଲେଖି ଦେଇ ନିଜ ମୁଣ୍ଡରୁ ଦୋଷ ଛଡ଼ାଇବା ନବୀନବାବୁଙ୍କ ପୁରୁଣା ଅଭ୍ୟାସ, ଯାହା ବର୍ତ୍ତମାନ ବି ଜାରି ରହିଛି ା ଅନ୍ୟପଟେ ମାତ୍ର ଦେଢମାସ ତଳେ ଦାୟିତ୍ୱ ନେଇଥିବା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖାଉଟିଙ୍କ ସମସ୍ୟା ପ୍ରତି ଯଥେଷ୍ଟ ଯତ୍ନବାନ୍‌ ଓ ଜାଗ୍ରତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତତ୍‌କ୍ଷଣାତ ହସ୍ତକ୍ଷେପକରି କଳାବଜାରକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖାଉଟିଙ୍କ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଠୋସ୍‌ ପଦକ୍ଷେପ ଗ୍ରହଣ କରୁଛନ୍ତି ଏବଂ ଆଗାମୀ ଦିନରେ ଏହାର ସୁଫଳ ରାଜ୍ୟବାସୀ ଦେଖିବାକୁ ପାଇବେ ବୋଲି ଦିଲୀପ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri