Posted inଜାତୀୟ

ଏମ୍‌ଏଲ୍‌ସି ନିର୍ବାଚନକୁ ନେଇ ଭାଜପାର ବଡ଼ ଘୋଷଣା

ଲକ୍ଷ୍ନୌ,୧୪।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପରେ ଏବେ ବିଧାନ ପରିଷଦ(ଏମ୍‌ଏଲ୍‌ସି) ପାଇଁ ନିର୍ବାଚନୀ ବିଗୁଲ ବାଜିଛି। ବିଧାନ ପରିଷଦ ନିର୍ବାଚନ ପାଇଁ ଭାଜପାରେ ଏବେ ଟିକେଟକୁ ନେଇ ମନ୍ଥନ ଜାରି ରହିଛି। ଇତିମଧ୍ୟରେ ବିଧାନ ପରିଷଦକୁ ନେଇ ଭାଜପା ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଚଳିତ ବିଧାନସଭା ନିର୍ବାଚନରେ ହାରିଥିବା ନେତାଙ୍କୁ ଦଳ ଟିକେଟ ଦେବ ନାହିଁ ବୋଲି ଭାଜପା ସ୍ପଷ୍ଟ କରିଛି। ୩୬ଟି ଆସନ ପାଇଁ ଏପ୍ରିଲ ୯ରେ ଏମ୍‌ଏଲ୍‌ସି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମାର୍ଚ୍ଚ ୧୫ରୁ ୧୯ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯିବ। ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଲକ୍ଷ୍ନୌରେ ଭାଜପାର ଏକ କୋର ଗ୍ରୁପ୍‌ ବୈଠକ ଅନୁଷ୍ଠିତ ହେବ। ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌରୁ ଦିଲ୍ଲୀକୁ ପହଞ୍ଚିବା ପରେ ଉକ୍ତ ବୈଠକରେ ଏମ୍‌ଏଲ୍‌ସି ନିର୍ବାଚନକୁ ନେଇ ଆଶୟୀ ପ୍ରାର୍ଥୀଙ୍କ ଉପରେ ଆଲୋଚନା ହେବ। ଯୋଗୀ ଆଦିତ୍ୟନାଥଙ୍କ ବାସଭବନରେ ହେବାକୁ ଥିବା ଏହି କୋର ଗ୍ରୁପ୍ର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ କେଶବ ପ୍ରସାଦ ମୌର୍ଯ୍ୟ, ଦିନେଶ ଶର୍ମା ୟୁପିର ଭାଜପା ପ୍ରଭାରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଧା ମୋହନ ସିଂ, ଭାଜପା ରାଜ୍ୟ ସଭାପତି ସ୍ବତନ୍ତ୍ର ଦେବ ସିଂ ଓ ଭାଜପା ରାଜ୍ୟ ସଂଗଠନ ମନ୍ତ୍ରୀ ସୁନୀଲ ବଂସଲ ମଧ୍ୟ ସାମିଲ ହେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri