ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି।

ଏହାରି ମଧ୍ୟରେ ପ୍ରଣବ ସକାଳୁ ସକାଳୁ ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି ଯେ, ”ଓଡ଼ିଶା ଭାଜପା, ବିଜୁ ଜନତା ଦଳର ଦାବି ମାନି ନେଇଥିବା ଜାଣି ମତେ ଖୁସି ଲାଗିଲା। ଆଜି ଦିନ ୧୧.୩୦ ବେଳେ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଓଡିଶା ବିଜେପିର ବରିଷ୍ଠ ନେତାମାନେ ଏକାଠି ହୋଇ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ସେମାନଙ୍କର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଯାଉଛନ୍ତି।”

ଏହି ପ୍ରସଙ୍ଗକୁ ନେଇ ବିଜେଡିର ବରିଷ୍ଠ ନେତାମାନେ ବାରମ୍ବାର ଭାଜପାକୁ ଘେରିଥିଲେ। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନେକ ଥର ଟାର୍ଗେଟ କରି ସାରିଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶନିବାର ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ଭାଜପା ଆସନ୍ତା ଦଶ ବର୍ଷ ମଧ୍ୟରେ ବି ସରକାର ଗଠନ କରିପାରିବ ନାହିଁ।

ତେବେ ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ। ମୋଟ ୭,୩୦୩ ମତଦାନ କେନ୍ଦ୍ରରେ ୬୨,୮୭,୨୨୨ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ସଂଖ୍ୟା ଅଧିକ ରହିଛି। ୩୧,୮୯,୦୬୦ଜଣ ମହିଳା ଭୋଟର ଥିବାବେଳେ ୩୦,୯୭,୫୨୭ଜଣ ପୁରୁଷ ଓ ୬୩୫ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି।

ତେବେ ୬୦ ପ୍ରତିଶତ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯିବ। ଏହି ପରିପ୍ରେକ୍ଷୀରେ ପ୍ରତି ବୁଥ୍‌ରେ ମତଦାତାଙ୍କୁ ସ୍ବାଗତ କରିବା ପାଇଁ ନିର୍ବାଚନ କର୍ମଚାରୀମାନେ ପ୍ରସ୍ତୁତ ବୋଲି ରବିବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ୧୩ ତାରିଖରେ ମତଦାନ କରାଇବା ପାଇଁ ପୋଲିଂ ପାର୍ଟିଗୁଡ଼ିକ ପୋଲିଂ ଷ୍ଟେଶନକୁ ଯାଇସାରିଛନ୍ତି। ନୂଆପଡ଼ା ଜିଲାର ଦୁର୍ଗମ ଅଞ୍ଚଳରେ ଥିବା ୬ଟି ବୁଥ୍‌ ପାଇଁ ପୋଲିଂ ପାର୍ଟିଗୁଡ଼ିକୁ ଏୟାର ଡ୍ରପ୍‌ କରାଯାଇଛି। ଅନେକ ଅଞ୍ଚଳକୁ ବୋଟ୍‌ ମାଧ୍ୟମରେ ନଦୀ ପାରହୋଇ ପୋଲିଂ ପାର୍ଟିଗୁଡ଼ିକ ଯାତ୍ରା କରିଛନ୍ତି। ଏସବୁ ଐତିହାସିକ ମୁହୂର୍ତ୍ତ ନିର୍ବାଚନକୁ ଦେଶର ପ୍ରକୃତ ମହାନତମ ଗଣପର୍ବ ରୂପେ ପ୍ରତିଷ୍ଠିତ କରିବା ସହ ‘ମତଦାନର ପର୍ବ- ଆମ ଦେଶର ଗର୍ବ’ ବାର୍ତ୍ତାକୁ ସାର୍ଥକ କରୁଛି। ଏହି ୪ ସଂସଦୀୟ କ୍ଷେତ୍ରର ସମସ୍ତ ନାଗରିକଙ୍କୁ ମତଦାନ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଧଳ ଅନୁରୋଧ କରିବା ସହ ନିଜ ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri