୧ କୋଟି ସଦସ୍ୟ ସଂଗ୍ରହ କରିବ ଭାଜପା: ମନମୋହନ

ଭୁବନେଶ୍ୱର,୨୦।୮(ଅନିଲଦାସ): ଭାଜପା ସେପ୍ଟେମ୍ବର ୧ ତାରିଖରୁ ରାଷ୍ଟ୍ରୀୟ ସ୍ତରରେ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିବ। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ସଦସ୍ୟତା ଗ୍ରହଣ କରିବା ପରେ ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଓଡ଼ିଶାରେ ୧ କୋଟି ସଦସ୍ୟ ସଂଗ୍ରହ ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଭାଜପାର ବିଚାରଧାରାକୁ ଭଲ ପାଉଥିବା ଓ ଦଳକୁ ସମର୍ଥନ କରୁଥିବା ଲୋକଙ୍କୁ ସଦସ୍ୟ କରାଯିବ। ଲୋକଙ୍କ ପାଖକୁ ଯାଇ କାର୍ଯ୍ୟକର୍ତ୍ତା ସମ୍ପର୍କ ସ୍ଥାପନ କରିବେ। ରାଜ୍ୟରେ ସଦସ୍ୟତା ଅଭିଯାନର ମୁଖ୍ୟ ଭାବେ ବରିଷ୍ଠ ନେତା ରଞ୍ଜନ ପଟେଲଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି।
ଭାଜପା ସମ୍ବିଧାନ ଅନୁସାରେ ପ୍ରତି ୩ ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ। ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁନର୍ବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଣ୍ଟନ କରାଯାଏ। ପ୍ରଥମେ ରାଜ୍ୟ, ଜିଲା, ମଣ୍ଡଳ ଓ ବୁଥ୍‌ ସ୍ତରରେ କାର୍ଯ୍ୟକର୍ତ୍ତାଙ୍କୁ ନେଇ ସ୍ବତନ୍ତ୍ର କର୍ମଶାଳା ଅନୁଷ୍ଠିତ ହେବ। ମଙ୍ଗଳବାର ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ ଏବଂ ରାଜ୍ୟର ସମସ୍ତ ଏମ୍‌ପି, ବିଧାୟକ, ପଦାଧିକାରୀ, ଜିଲା ସଭାପତି, ସାଧାରଣ ସମ୍ପାଦକ, ପ୍ରଭାରୀ ଏବଂ ସଦସ୍ୟତା କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ। ଏହି କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ ଟୋଲିର ସଦସ୍ୟ ଋତୁରାଜ ସିହ୍ନା, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହି ମାର୍ଗଦର୍ଶନ କରିବେ। ସେହିପରି ସଦସ୍ୟତା ଅଭିଯାନ ପାଇଁ ଆସନ୍ତା ୨୨, ୨୩ ଓ ୨୪ରେ ଜଲାସ୍ତରୀୟ ଏବଂ ୨୫, ୨୬ ଓ ୨୭ରେ ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ। ଆସନ୍ତା ୩୧ ତାରିଖ ସୁଦ୍ଧା ବୁଥସ୍ତରୀୟ କର୍ମଶାଳା ଶେଷହେବ ବୋଲି ମନମୋହନ କହିଛନ୍ତି। ସର୍ବଭାରତୀୟ ସଦସ୍ୟତା ଅଭିଯାନ ପାଇଁ ଗତ ୧୭ ଓ ୧୮ ତାରିଖରେ ଦିଲ୍ଲୀଠାରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri