Posted inଜାତୀୟ

ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିବ ଭାଜପା

ନୂଆଦିଲ୍ଲୀ,୨୩ା୨: ଲୋକ ସଭା ନିର୍ବାଚନ-୨୦୨୪କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି।ମାର୍ଚ୍ଚ ପ୍ରଥମ ସପ୍ତାହରେ ଭାଜପା ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିବ। ୧୦୦ ପ୍ରାର୍ଥୀଙ୍କ ନାମ ଏଥିରେ ଅନ୍ତର୍ଭୁକ୍ତ ହେବ ବୋଲି ଆଶା କରାଯାଉଛି।

ପ୍ରଥମ ତାଲିକାରେ ମୁଖ୍ୟତଃ ସେହି ଆସନଗୁଡ଼ିକ ଅନ୍ତର୍ଭୁକ୍ତ ହେବ, ଯେଉଁଥିରେ ୨୦୧୪ ଏବଂ ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ହାରି ଯାଇଥିଲା। ଏଥିରେ ଉତ୍ତରପ୍ରଦେଶର ୧୪ଟି ଲୋକ ସଭା ଆସନ ମଧ୍ୟ ରହିଛି। ଗତ ଲୋକ ସଭା ନିର୍ବାଚନରେ ଅନେକ ଭାଜପା ପ୍ରାର୍ଥୀ କମ୍‌ ଭୋଟରେ ହାରି ଯାଇଥିଲେ ଏବଂ କିଛି ପ୍ରାର୍ଥୀ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଏଭଳି ପରିସ୍ଥିତିରେ ଭାଜପା ପାଇଁ ଏହି ଆସନଗଡ଼ିକକୁ ପ୍ରାଥମିକତା ଦିଆଯାଇଛି। ପ୍ରଥମେ ଏହି ଆସନରେ ପ୍ରାର୍ଥୀ ଘୋଷଣା କରି ଭାଜପା ସେମାନଙ୍କୁ ଜନସାଧାରଣଙ୍କ ନିକଟରେ ପହଞ୍ଚିବା ପାଇଁ ପର୍ଯ୍ୟାପ୍ତ ସୁଯୋଗ ଦେବାକୁ ଚାହୁଁଛି।

ଉତ୍ତରପ୍ରଦେଶ ହେଉଛି ଭାଜପା ପାଇଁ ମୁଖ୍ୟ କେନ୍ଦ୍ରବିନ୍ଦୁ। ଏହା ବ୍ୟତୀତ ତାମିଲନାଡୁ, କେରଳ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ନାଟକ, ପଶ୍ଚିମବଙ୍ଗ, ପଞ୍ଜାବ, ଜମ୍ମୁ-କଶ୍ମୀର, ଓଡିଶା ଏବଂ ମହାରାଷ୍ଟ୍ରରେ ହଜିଯାଇଥିବା ଆସନ। ଭାଜପା ପ୍ରାର୍ଥୀମାନେ ଏହି ରାଜ୍ୟରେ ବହୁ ଲୋକ ସଭା ଆସନ ହରାଇଥିଲେ। ଏହା ବ୍ୟତୀତ ସେ ଅନେକ ଆସନରେ ଦ୍ୱିତୀୟ ସ୍ଥାନରେ ରହିଥିଲେ ଏବଂ ବିଜୟ ଏବଂ ପରାଜୟ ମଧ୍ୟରେ ବହୁତ ପାର୍ଥକ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri