Posted inଜାତୀୟ

ଭାଜପାର ବୁଲ୍‌ଡୋଜର ଘୃଣା-ଆତଙ୍କ ସୃଷ୍ଟି କରୁଛି : ରାହୁଲ…

ନୂଆଦିଲ୍ଲୀ, ୧୨।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅତ୍ୟାବଶ୍ୟକ ସାମଗ୍ରୀର ଅତ୍ୟଧିକ ଦର ଏବଂ ବେରୋଜଗାରି ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ସମସ୍ୟା ଉପରେ ବୁଲ୍‌ଡୋଜର ଚଳାଇବାର ଆବଶ୍ୟକତା ରହିଛି। ମାତ୍ର ସରକାରଙ୍କ ବୁଲ୍‌ଡୋଜର କେବଳ ଲୋକଙ୍କ ମଧ୍ୟରେ ଘୃଣା ଏବଂ ଆତଙ୍କ ସୃଷ୍ଟି କରୁଛି ବୋଲି ରାହୁଲ ଅଭିଯୋଗ କରିଛନ୍ତି।

ରାମ ନବମୀରେ ମଧ୍ୟପ୍ରଦେଶ, ଗୁଜୁରାଟ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରେ ଘଟିଥିବା ହିଂସାକାଣ୍ଡ ପରେ ଏନେ ନେଇ ରାହୁଲ ଏଭଳି କହିଛନ୍ତି। ସରକାର ଏକ୍ଷେତ୍ରରେ କୌଣସି ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ ନକରି ନୀରବ ଦ୍ରଷ୍ଟା ସାଜିଛନ୍ତି। ମଧ୍ୟପ୍ରଦେଶର ଭାଜପା ସରକାର ଖରଗାଓଁ ଜିଲାରେ ଘଟିଥିବା ରାମନବମୀ ହିଂସାକାଣ୍ଡରେ କୌଣସି ପ୍ରତିଷେଧ ମୂଳକ ନିର୍ଦେଶ ଜାରି କରିବାରେ ପଛଘୁଞ୍ଚା ଦେଉଥିବା ସେ କହିଛନ୍ତି। ଏଠାରେ ବହୁ ଲୋକଙ୍କ ଘରେ ନିଆଁ ଲଗାଇ ଦିଆଯାଇଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ରାଜ୍ୟର ଭାଜପା ସରକାର ଏନେଇ କିଛି ବି କରି ନାହାନ୍ତି ବୋଲି ରାହୁଲ କହିଛନ୍ତିି।

ସୂଚନାଯୋଗ୍ୟ, ଏହି ଘଟଣାରେ ୭ ଜଣ ପୋଲିସଙ୍କ ସମେତ ୨୦ ଜଣ ଆହତ ହୋଇଥିଲେ। ସେହିରି ଗୁଜୁରାଟରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଝାରଖଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri