ଟାଙ୍ଗଣାପଲ୍ଲୀ ପଞ୍ଚାୟତରେ ଭାଜପାର ମିଶ୍ରଣ ପର୍ବ; ଦଳ ଛାଡି…

ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟାଙ୍ଗଣାପଲ୍ଲୀ ସରପଞ୍ଚ ବି. ସୁଦାମ, ସମିତି ସଭ୍ୟା ମିନା କୁମାରୀ ସାହୁ, ବରିଷ୍ଟ ଶିକ୍ଷାବିତ କୋରା ମହାରଣା, ଅମରେଶର ସାହୁ,ପ୍ରଶାନ୍ତ କୁମାର ପ୍ରଧାନ ଓ କେଟିଏନ୍‌ ପୁର ଶ୍ୟାମକାଳୀ ଯୁବକ ସଂଘଙ୍କ ସମେତ ବହୁ ୱାର୍ଡ ସଭ୍ୟ ଏବଂ ଟାଙ୍ଗଣାପଲ୍ଲୀ ପଞ୍ଚାୟତର ବହୁ ଜନସାଧାରଣ ବିଭିନ୍ନ ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସବକା ସାଥ ସବକା ବିକାଶରେ ବିଶ୍ୱାସ କରି ଅନ୍ୟ ଦଳ ଛାଡି ଆଜ ଭାଜପାରେ ସାମିଲ ହୋଇଥିବା କହିଥିଲେ। ବିଧାୟକ ନାୟକ ସେମାନଙ୍କ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ଦଳରେ ସାମିଲ କରିଥିଲେ।

କାର୍ଯ୍ୟକ୍ରମରେ ଟାଙ୍ଗଣାପଲ୍ଲୀ ମଣ୍ଡଳ ସଭାପତି ସମ୍ପଦ ନାହାକ ଙ୍କ ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ସମ୍ପାଦକ ପଦ୍ମ ଚରଣ ସାହୁ ସଂଯୋଜନାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲ॥ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମପି ପ୍ରତିନିଧି ଆର୍‌. ସନ୍ତୋଷ ରେଡ୍ଡୀ, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ. ଶାରଦା ରେଡ୍ଡୀ, ଓବିସି ମୋର୍ଚ୍ଚା ସାଧାରଣ ସଂପାଦକ ବି.ଶଙ୍କର ରେଡି,ଛତ୍ରପୁର ର୍ନିବାଚନ ମଣ୍ଡଳୀ ସଂଯୋଜକ ବସନ୍ତ କୁମାର ବେହେରା,ପୂର୍ବତନ ସମିତିସଭ୍ୟ ଏନ.ଦୁର୍ଯ୍ୟୋଧନ ରେଡ୍ଡୀ, ପୂର୍ବତନ ସରପଞ୍ଚ ଗାଣ୍ଡୁଧର ଗୈାଡ, ଭିକାରୀପଲ୍ଲୀ ମଣ୍ଡଳ ସଭାପତି ପଦ୍ମ ଚରଣ ପରିଡା,ପୂର୍ବତନ ଜିଲା ପରିଷଦ ସଭ୍ୟ ଏସ. କିଶୋର ରେଡ୍ଡୀ, ସୁନ୍ଦରପୁର ସରପଞ୍ଚ ଗଗନ ବେହେରା,ଚିକଲଖଣ୍ଡି ସରପଞ୍ଚ ଭଗବାନ ବେହେରା, ପୂର୍ବତନ ସମିତି ସଭ୍ୟ ଜୟଦେବ ଲେଙ୍କା, ଅଶୋକ ପାଣିଗ୍ରାହୀ ଓ ଜ୍ୟୋତି ରଞ୍ଜନ ସାହୁ, କଣମଣା ମଣ୍ଡଳ ସଭାପତି ଏନ. ଦୀନବନ୍ଧୁ, କେ. ରଘୁନାଥ ରେଡ୍ଡୀ, ପି. ଧର୍ମା ରେଡ୍ଡୀ, ବାଦଲ ବେହେରା, ବାପି ଦାସ, ପୂର୍ବତନ ସରପଞ୍ଚ କେ. ଏଲେୟା ଙ୍କ ସମେତ ଅନ୍ୟନ୍ୟା କର୍ମକର୍ତ୍ତା ମାନେ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ବିଧାୟକ ନାୟକଙ୍କୁ ଫୁଲ ଚନ୍ଦନ ଦେଇ ବିରାଟ ପଟୁଆରରେ ସଭା ସ୍ଥଳକୁ ପାଛୋଟି ନେଇଥିଲେ। ଶେଷରେ କୋରା ମହାରଣା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦକୁ ଡାକୁଛି ଶୁଖିଲା ଗଛ, ପବନରେ ଡାଳ ଭାଙ୍ଗିବାରୁ ଆତଙ୍କିତ ପଥଚାରୀ

ଦାରିଙ୍ଗବାଡ଼ି,୨୭।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ଳିହେରୀ ପଞ୍ଚାୟତ ମ୍ଲୁକଚେରୀ ଗାଁ ଜାତୀୟରାଜପଥ କଡ଼ରେ ରହିଛି ଶୁଖିଲା ବିରାଟ କାୟ ଗଛ। ଯାହାକି...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କହି ଠକେଇ; ଯୁବକ ଗିରଫ

ରାଉରକେଲା,୨୭ା୪: ରାଉରକେଲା ପୋଲିସ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଜଣେ...

ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଓଭର ବ୍ରିଜ ୱାଲରେ ପିଟି ହେଲା ବାଇକ, ୨ ମୃତ ଜଣେ ଗୁରୁତର

ଭଦ୍ରକ,୨୭।୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ବନ୍ତ ଛକ ଓଭର ବ୍ରିଜ ନେହେରୁ ଷ୍ଟାଡିଅମ ନିକଟରେ ରବିବାର ପୂର୍ବାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି।...

କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ: ସବୁ ଜଳିଗଲା

ବରୀ,୨୭।୪(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ତହସିଲ ଅଧୀନସ୍ଥ କଳାମାଟିଆ ପଂଚାୟତ କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗୋଟିଏ ପରିବାରର ତିନି ଜଣଙ୍କର ତିନି...

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image