ପାକିସ୍ତାନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଲାଣି BLA: ସେନାର Convoy ଉପରେ ବଡ଼ ଆକ୍ରମଣ, ୯୦ ଯବାନ ମୃତ

ଇସଲାମାବାଦ,୧୬।୩: ପାକିସ୍ତାନରେ ପୁଣି ଥରେ ଏକ ବଡ଼ ଆକ୍ରମଣ ହୋଇଛି। ଏଥର ବାଲୁଚ ଆତଙ୍କବାଦୀମାନେ ପାକିସ୍ତାନ ସେନାକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣ ଭାରତରେ ହୋଇଥିବା ପୁଲୱାମା ଆକ୍ରମଣ ସହିତ ସମାନ ମନେ ହେଉଛି। ବେଲୁଚିସ୍ତାନର ନୋଶକିରେ ୭ ବସ ଏବଂ ସୁରକ୍ଷା ବାହିନୀର ୨ କାର ଉପରେ ଆକ୍ରମଣ ହୋଇଥିଲା। ପାକିସ୍ତାନୀ ଅଧିକାରୀଙ୍କ ଅନୁଯାୟୀ, ଏହି ଆକ୍ରମଣରେ ୫ ଜଣ ଯବାନଙ୍କ ମୃତ୍ୟୁ ଘଟିଛି ଏବଂ ୧୩ ଜଣ ଯବାନ ଆହତ ହୋଇଛନ୍ତି। ଏହି ଆକ୍ରମଣ ବିଷୟରେ ସୂଚନା ଦେବା ସମୟରେ, BLA ଦାବି କରିଛି ଯେ ଏହି ଆକ୍ରମଣରେ ପ୍ରାୟ ୯୦ ଯବାନଙ୍କ ମୃତ୍ୟୁ ଘଟଛି।

ଜଣେ ଅଧିକାରୀ କହିଛନ୍ତି, ଗୋଟିଏ ବସ୍‌କୁ ଆଇଇଡି ଦ୍ୱାରା ଟାର୍ଗେଟ କରାଯାଇଥିଲା, ସମ୍ଭବତଃ ଏହା ଏକ ଆତ୍ମଘାତୀ ଆକ୍ରମଣ ଥିଲା। ଯେତେବେଳେ ଅନ୍ୟ ବସ୍‌ଟି କ୍ୱେଟାରୁ ତାଫତାନ ଯାଉଥିବା ସମୟରେ ଏକ ରକେଟ ଚାଳିତ ଗ୍ରେନେଡ ଦ୍ୱାରା ଟାର୍ଗେଟ କରାଯାଇଥିଲା। ଆକ୍ରମଣରେ ଆହତମାନଙ୍କୁ ଚିକିତ୍ସା ପାଇଁ ନୋଶକି ଏବଂ ଏଫ୍‌ସି କ୍ୟାମ୍ପକୁ ନିଆଯାଇଛି। ଅନେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତକ ଏବଂ ଆହତଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ନୋସ୍କିର ଏସ୍‌ଏଚ୍‌ଓ ସୁମନାଲି ଆଶଙ୍କା କରିଛନ୍ତି।

ଆକ୍ରମଣ ପରେ ବାଲୁଚ ଲିବରେଶନ ଆର୍ମି ଏକ ବିବୃତ୍ତି ଜାରି କରି କହିଛି ଯେ କିଛି ଘଣ୍ଟା ପୂର୍ବେ ନୋସ୍କିର RCD ହାଇୱେର ରାଖସାନ ମିଲ ନିକଟରେ ଏକ VBIED ଆତ୍ମଘାତୀ ଆକ୍ରମଣରେ ବାଲୁଚ ଲିବରେସନ ଆର୍ମି (BLA)ର ଏକ ଆତ୍ମଘାତୀ ୟୁନିଟ ମାଜିଦ ବ୍ରିଗେଡ କବ୍ଜାକାରୀ ପାକିସ୍ତାନୀ ସେନାର ଏକ କନଭଏକୁ ଟାର୍ଗେଟ କରିଥିଲା। ସେଥିରେ ୮ ବସ ଥିଲା, ଯେଉଁଥିରୁ ଗୋଟିଏ ବିସ୍ଫୋରଣରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।

ଆକ୍ରମଣର ଅଳ୍ପ ସମୟ ପରେ, BLAର ଫତେହ ସ୍କ୍ବାର୍ଡ ଅନ୍ୟ ଏକ ବସ୍‌କୁ ସମ୍ପୂର୍ଣ୍ଣ ଭାବରେ ଘେରିଯାଇଥିଲେ। ସେଥିରେ ଥିବା ସମସ୍ତ ସେନା କର୍ମଚାରୀଙ୍କୁ ଯୋଜନାବଦ୍ଧ ଭାବରେ ହତ୍ୟା କରିଥିଲେ। ଫଳରେ ଶତ୍ରୁପକ୍ଷର ମୋଟ ମୃତାହତ ସଂଖ୍ୟା ୯୦ ରେ ପହଞ୍ଚିଥିବା ବିଏଲ୍‌ଏ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ...

ପାକିସ୍ତାନ ସେନା ବିମାନରେ ଲାଗିଗଲା ନିଆଁ, ଭିଡିଓ ଭାଇରାଲ

ଇସଲାମବାଦ,୨୬।୪: ପାକିସ୍ତାନରୁ ଆସିଛି ବଡ଼ ଖବର। ଲାହୋର ବିମାନବନ୍ଦରରେ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଏହି କାରଣରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୂଚନା...

ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…

ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା...

ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ...

ଆମେ ଭାରତ ସହ ଅଛୁ..ଭାରତକୁ ସହଯୋଗର ହାତ ବଢାଇଲା ଆମେରିକା ଗୋଇନ୍ଦା ବିଭାଗ

ଓ୍ବାଶିଂଟନ,୨୬।୪:ପହଲଗାମ୍‌ ଆକ୍ରମଣରେ ୩ ଦିନ ପରେ ଆମେରିକାର ଜାତୀୟ ଗୋଇନ୍ଦା ନିର୍ଦ୍ଦେଶିକା ତୁଲସୀ ଗାବ୍ବାର୍ଡ ଭାରତର ଆତଙ୍କବାଦ ନିରୋଧୀ ଅଭିଯାନକୁ ସମର୍ଥନ ଜଣାଇଛନ୍ତି। ଏକ ସୋସିଆଲ...

ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଯୁଦ୍ଧ ସ୍ଥିତି ଭିତରେ ଭାରତରେ ହୁ ହୁ ହୋଇ ବଢିଯିବ ଏସବୁ ଜିନିଷ, ଜାଣନ୍ତୁ ସେସବୁ କ’ଣ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image