ବଡ଼ ସୂଚନା: ବାରିପଦାରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୯।୧୦: ଖୁବଶ୍ରୀର୍ଘ ବାରିପଦାରେ ଏକ କଳାବାଘ ସଫାରୀ ହେବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। କଳାବାଘ ସଫାରୀ ତିଆରି ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏପରିକି ସିଜେଡ୍‌ଏଠାରୁ ଅନୁମତି ମିଳିସାରିଛି। ହେଲେ ସୁପ୍ରିମକୋର୍ଟଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି। ନନ୍ଦନକାନନରେ ଥିବା ୪ଟି କଳା ମହାବଳ ଓ ଅନ୍ୟ ଏକ ବାଘକୁ ଏହି ସଫାରରେ ରଖାଯିବ। ଏହା ଦ୍ବାରା କଳାବାଘ ବଂଶ ବୃଦ୍ଧି ନେଇ ଲକ୍ଷ୍ୟ ରଖାଯାଇଥିବା ପିସିସିଏଫ୍‌ ନନ୍ଦ ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ, କିଛିଦିନ ତଳେ ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ଏକ କଳାବାଘ ବିଚରଣ କରୁଥିବା କ୍ୟାମେରାରେ କଏଦ ହୋଇଥିଲା। ସେହିପରି ସୁନ୍ଦରଗଡ଼ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ଏକ ବ୍ଲାକ ପାନ୍ଥର ବା କଳାବାଘ ଠାବ ହୋଇଛି। ଜଙ୍ଗଲ ବିଭାଗ ପକ୍ଷରୁ ଏହି ଜଙ୍ଗଲରେ ଲଗାଯାଇଥିବା ଟ୍ରାପ କ୍ୟାମେରାରେ ଏହି ବିରଳ କଳାବାଘର ଫଟୋ କଏଦ ହୋଇଛି। ୨୦୧୮ରେ ପ୍ରଥମେ ଏହି କଳାବାଘ ଉକ୍ତ ଜଙ୍ଗଲରେ ଠାବ ହୋଇଥିଲା। ପୁଣି ୨୦୨୨ ଓ ୨୦୨୩ରେ ମଧ୍ୟ ଟ୍ରାପ କ୍ୟାମେରାରେ କଳାବାଘକୁ ଠାବ କରାଯାଇଥିଲା। ଏଥର ୩ ମାସ ତଳେ ପୁଣି କ୍ୟାମେରାରେ ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ...

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ...

ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍‌ଦଣ୍ଡ ଭୋଗିବେ ଅଭିଯୁକ୍ତ

ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର...

ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ

କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ...

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ...

ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର,୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଉପରେ ହାଇକୋର୍ଟ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇଛନ୍ତି। କୋର୍ଟଙ୍କ...

ଭୁଶୁଡ଼ିଲା ନିର୍ମାଣାଧୀନ ଛାତ, ଫସିଛନ୍ତି ଶ୍ରମିକ

ଢେଙ୍କାନାଳ,୯ା୧୦: ଏନ୍‌ଏଚ୍‌-୫୫ ମହିଷାପାଟ ନିକଟରେ ନିର୍ମାଣାଧୀନ କୋଠାର ଛାତ ପଡ଼ିବା ବେଳେ ଏକ ବଡ଼ ଧରଣର ଅଘଟଣ ଘଟିଛି। ଛାତ ପଡୁଥିବା ସମୟରେ ଭୁଶୁଡ଼ି ପଡ଼ିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri