ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ହାଇକୋର୍ଟରେ ସିବିଆଇର୍ ସତ୍ୟପାଠ ଦାଖଲ

କଟକ,୧୯।୩ (କାର୍ତ୍ତିକ ସାହୁ) ବ୍ଲାରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ରୁଜୁ ମାମଲାରେ ସିବିଆଇ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ସତ୍ୟପାଠ ଦାଖଲ ହୋଇଛି । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ ଥର ଅନୁରୋଧ କରାଯାଇଥିବା ସତ୍ତ୍ୱେ ରାଜ୍ୟ ସରକାର ଅନୁମତି ଦେଇ ନ ଥିବା ସିବିଆଇ ନିଜ ସତ୍ୟପାଠରେ ଦର୍ଶାଇଛି। ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ପ୍ରକାଶ ଯେ, ୨୦୦୯ ସେପ୍ଟେମ୍ବର ୯ ତାରିଖରେ ପାରାଦୀପ ସମୁଦ୍ର ଉପକୂଳରୁ ୫ କିଲୋମିଟର ଦୂରରେ ଭାରସାମ୍ୟ ହରାଇ ଜାହାଜ ବ୍ଲାକରୋଜ ବୁଡି ଯାଇଥିଲା । ଏହି ଜାହାଜରେ ୨୩,୫୦୦ ମେଟ୍ରିକ ଟନ୍ ଲୁହାପଥର ଥିଲା। ଏହାଦ୍ୱାରା ଜାହାଜର ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା।

ଦୀର୍ଘ ଦିନ ଧରି ଜାହାଜଟି ସମୁଦ୍ରରେ ପଡ଼ି ରହିବାରୁ ସମୁଦ୍ରରେ ତେଲ ଭାସିଥିଲା। ହେଲେ ଏହି ଜାହାଜକୁ କୂଳକୁ ଆଣିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନଥିଲା। ଏବେ ଜାହାଜଟି ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି। ସିବିଆଇ ପକ୍ଷରୁ ହାଇକୋର୍ଟରେ ଦାଖଲ ସତ୍ୟପାଠରେ କୁହାଯାଇଛି, ବ୍ଲାକରୋଜ ସୋମାଲିଆର ଜାହାଜ ହୋଇଯାଇଥିବା ବେଳେ ଭାରତୀୟ ସମୁଦ୍ର ସୀମାରେ ବୁଡ଼ି ଯାଇଥିଲା।

ତେଣୁ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ଦୃଷ୍ଟିରେ ରଖି ଉକ୍ତ ଜାହାଜ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରିବାକୁ ୨୦୧୮ ମସିହାରେ ଏହି ଘଟଣାର ସିବିଆଇ ତଦନ୍ତ କରିବାକୁ ନିଷ୍ପତ୍ତି ନେଇଥିଲା ଜାହାଜ ମନ୍ତ୍ରାଳୟ । ଏନେଇ ପାରାଦୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image