ହାଇଦ୍ରାବାଦ,୧୪।୧୨: ହାଇଦ୍ରାବାଦ ସହର ଗଗନପାହାଡ଼ ଅଞ୍ଚଳରେ ଥିବା ଏକ ବେକେରୀ ସପ୍ରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟି ୧୫ଜଣ କର୍ମଚାରୀ ଆହତ ହୋଇଛି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀ ଦୁଃଖ ପ୍ରକାଶ କରିବା ସହ ସମସ୍ତଙ୍କ ଉପଯୁକ୍ତ ଚିକିତ୍ସା ଲାଗି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ ଆହତମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶର ବୋଲି ଜଣାପଡିଛି। ଅନ୍ୟପକ୍ଷେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।