ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା

ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ବାରକୋଟ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଚଳାଇଛି।
ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କ ଅଭିଯୋଗ ଅନୁଯାୟୀ, ସେ ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ସମୟରେ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ମଦ୍ୟପାନ କରି ସୂର୍ଯମଣି ମହାନ୍ତଙ୍କ ସହିତ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେହିପରି ଶ୍ରୀ ପାତ୍ର ଶ୍ରୀ ମାଝିଙ୍କୁ ଧକ୍କା ମାରିବା ସହ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ମାଝି ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିବା ସହ ବିଡିଓ ସ୍ମୃତିରଞ୍ଜନ ସାହୁଙ୍କ ମଧ୍ୟଖିଖିତ ଭାବେ ଜଣାଇଥିଲେ। ଅଭିଯୋଗ ଆଧାରରେ ବିଡିଓ ଶ୍ରୀ ସାହୁ ମଧ୍ୟ ଅଭିଯୋଗ ପତ୍ରକୁ ଥାନାକୁ ପ୍ରେରଣ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଅନୁରୋଧ କରିଛନ୍ତି। ସେହିପରି ଏନେଇ ସେ ଦେବଗଡ଼ ଜିଲାପାଳ ଓ ଜିଲାଆରକ୍ଷୀ ଅଧୀକ୍ଷକଙ୍କୁ ମଧ୍ୟ ଅବଗତ କରି କାର୍ଯ୍ୟାନୁଷ୍ଠାନ ସହ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ କରିଥିବା ଜଣାପଡ଼ିଛି। ଗୁରୁତ୍ୱପୂର୍ଣ୍ଣ ବିଷୟ ଏହା ଯେ ଘଟଣା ପରେ ଶ୍ରୀ ପାତ୍ର ବ୍ଲକ କାର୍ଯ୍ୟାଳୟର ମୁଖ୍ୟ ଫାଟକରେ ତାଙ୍କର ବୋଲେରୋ ଗାଡ଼ିକୁ ଅଟକାଇ ରାସ୍ତା ଅବରୋଧ କରିଥିଲେ। ଫଳରେ କାର୍ଯ୍ୟାଳୟ ମଧ୍ୟରୁ କୌଣସି ଚାରିଚକିଆ ଯାନ ବାହାରକୁ ବାହାରି ପାରି ନ ଥିଲା କି ବାହାରୁ ମଧ୍ୟ କୌଣସି ଚାରିଚକିଆ ଯାନ କାର୍ଯ୍ୟାଳୟ ପରିସରକୁ ପ୍ରବେଶ କରିପାରି ନ ଥିଲା। ଏପରିକି ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ମାଝି ବିଡିଓଙ୍କ ଗାଡ଼ିରେ ବସି ଥାନାକୁ ଏତଲା ଦେବାକୁ ବାହାରିଥିଲେ ହେଁ ରାସ୍ତା ଅବରୋଧ ଥିବାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଯାଇପାରି ନ ଥିଲେ। ତେବେ ପରେ ବାଇକ୍‌ ଯୋଗେ ବାରକୋଟ ଥାନାକୁ ଯାଇ ଏତଲା ଦେଇଥିବା ଜଣାପଡ଼ିଛି। ଘଟଣା ପରେ ବାରକୋଟ ବିଡିଓ ଶ୍ରୀ ସାହୁଙ୍କ ଠାରୁ ସୂଚନା ପାଇ ବାରକୋଟ ଥାନା ଆଇଆଇସି ଯାଜ୍ଞସେନୀ ପ୍ରଧାନ ବ୍ଲକ କାର୍ଯ୍ୟାଳୟ ପରିସରରେ ପହଞ୍ଚିଥିଲେ। ସେହିପରି ଏସଡିପିଓ ସୌମ୍ୟରଞ୍ଜନ ମଲ୍ଲିକ ସେଠାରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି...

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image