ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା,୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉଦଯାପନୀ ଉତ୍ସବରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,ବିଇଓ ମହେଶ୍ବର ମାଝୀ, ଏବିଇଓ ବଳରାମ ବେହେରା ଓ ବଂଶୀଧର ସାହୁ, ପ୍ରଧାନ ଶିକ୍ଷୟିତ୍ରୀ ରେଣୁକାବତୀ ସାହାଣୀ ଏବଂ ସମସ୍ତ ସିଆରସିସି ଉପସ୍ଥିତ ରହି ପିଲାମାନଙ୍କୁ ଉଦବୋଧନ ଦେଇ ସେମାନଙ୍କୁ ଉତ୍ସାହିତ କରିଥିଲେ।।

ଏହି ପ୍ରତିଯୋଗିତା ରେ ବିଭିନ୍ନ ବିଦ୍ୟାଳୟରୁ ବରିଷ୍ଠ ବିଭାଗରୁ ୧୦୦ ଜଣ ଛାତ୍ରଛାତ୍ରୀ, କନିଷ୍ଠ ଓ ଉପକନିଷ୍ଠ ବିଭାଗ ରୁ ୧୫୦ ଜଣ ମୋଟ୍ ୨୫୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।ଗାଇଡ ଟିଚର ଏବଂ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ମିଶାଇ ମୋଟ ୩୫୦ ଜଣ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପ୍ରତିଯୋଗିତାକୁ‌ ପରିଚାଳନା କରୁଥିଲେ ଅଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ଓ ସିଆରସିସିମାନେ।

ପ୍ରତିଯୋଗିତା ରେ ବିଭିନ୍ନ ବିଭାଗର କୃତି ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ତଥା ଉପହାର ବଣ୍ଟନ ହେବା ସହିତ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର, ପ୍ରମାଣ ପତ୍ର ତଥା ଉପହାର ବଣ୍ଟନ ଅତିଥି ମାନଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା। ବରିଷ୍ଠ ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ର ଛାତ୍ର ଦିନବନ୍ଧୁ ସେଠୀ, କନିଷ୍ଠ ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର ଓଡିଶା ଆଦର୍ଶ ବିଦ୍ୟାଳୟ ଦଣ୍ଡପଦର ର ସପ୍ତମ ଶ୍ରେଣୀ ଛାତ୍ର ଶିବାଶିଷ ପଣ୍ଡା ଓ ଉପ କନିଷ୍ଠ ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ ସରକାରୀ ଉଚ୍ଚ ବିଦ୍ୟାଳୟ ପଦ୍ମାପଦର ର ଛାତ୍ରୀ ସୁପ୍ରଭା ଦଣ୍ଡିଆ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri