ଦାରିଙ୍ଗବାଡି,୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଲୁଚିରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ନେଇ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ସରଗି ଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ସୋନାଲିକା ପୃଷ୍ଟି ପ୍ରମୁଖ ଯୋଗ ଦେଇ ଏହାକୁ ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଛାତ୍ରୀଛାତ୍ରଙ୍କୁ ନେଇ କୁଇଜ, ଚିତ୍ରାଙ୍କନ, ରଚନା, ବକ୍ତୃତା ଆଦି ପ୍ରତିଯୋଗିତା କରାଯାଇଛି । ଅପରାହ୍ନରେ ସଙ୍ଗୀତ ଏକାକୀ ଓ ଦଳ ଗତ ନୃତ୍ୟ ପ୍ରତିଯୋଗିତା କରାଯିବ ବୋଲି ପ୍ରଧାନ ଶିକ୍ଷୟତ୍ରୀ ଝୁନୁ ରାଣୀ ପ୍ରଧାନ କହିଛନ୍ତି । କାର୍ଯ୍ୟକ୍ରମରେ ବ୍ରାହ୍ମଣୀଗାଁ, ଗଦାପୁର, ଦନେକବାଡି, ଭ୍ରମରବାଡ଼ି, ସିଆଙ୍ଗବାଲି, ବୁଡ଼ାଗୁଡା ଆଦି ୨୫ ପଞ୍ଚାୟତ ୟରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗର ଛାତ୍ରୀଛାତ୍ର ମାନେ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରୁଛନ୍ତ।