ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଗ୍ରୀଷ୍ମଦିନେ ବ୍ରହ୍ମପୁର ରକ୍ତ ଭଣ୍ଡାର ରେ ଆବଶ୍ୟକ ରକ୍ତର ଅଭାବ ଦୂର କରିବା ପାଇଁ ଏହି ଶିବିର ଆୟୋଜନ କରାଯାଇଥିଲା। ବଣିକ ସଂଘ ସଭାପତି ଟୁକୁନା ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରକୁ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ମୂଖ୍ଯଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଖେମୁଣ୍ଡି ସ୍ବେଚ୍ଛାକୃତ ରକ୍ତଦାତା ସଂଘର ସମ୍ପାଦକ ତଥା ଆଇନଜୀବୀ ହରପ୍ରସାଦ ରଥ , ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର, ଦିଗପହଣ୍ଡି ଥାନା ଏସଆଇ ସୋଫିଆ ମିଶ୍ର, ଜ୍ୟୋତି ରଞ୍ଜନ ବେହେରା, ଦୁଷ୍ମନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଶିବିରରେ ୫୦ ଜଣ ରକ୍ତଦାତା ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।ଏହି କାର୍ଯ୍ୟକ୍ରମକୁ ସଂଘର ଉପଦେଷ୍ଟା ତଥା ଖବରଦାତା ଦିଗାମ୍ବର ମହାରଣା ସଂଯୋଜନା  କରିଥିବା ବେଳେ ସଂଘର  ଉପ ସଭାପତି ଅରବିନ୍ଦ ବିଷୋୟୀ, ସମ୍ପାଦକ ହରିବନ୍ଧୁ ବାଡତ୍ୟା, କୋଷାଧ୍ୟକ୍ଷ କେ. ତ୍ରିପତି ଦୋରା, ଉପଦେଷ୍ଟା ଭାସ୍କର ସ୍ବାଇଁଙ୍କ ସମେତ ଅଜିତ ବାଡତ୍ୟା, ସୁଶାନ୍ତ ରାଉତ, ଅଳୟ ଭୂୟାଁ, ଜୟ ସାହୁ , ବାଦଲ ପଣ୍ଡା, ରଞ୍ଜନ ପ୍ରଧାନ, ସାଗର ଜେନା , ଗଜେନ୍ଦ୍ର ସାହୁଙ୍କ ସମେତ ସଂଘର ସମସ୍ତ ସଦସ୍ୟ ସହଯୋଗ କରି ରକ୍ତ ଦାନ କରିଥିଲେ।ବଣିକ ସଂଘର ଏଭଳି ମହାନ୍ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯିବା ସହ  ସାଧୁବାଦ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri