ବ୍ଲୁ ଫ୍ଲାଗ୍‌ ବିଚ୍‌ ପର୍ଯ୍ୟଟକ ଉପକୃତ ହେବେ

ପୁରୀ ଅଫିସ, ୭।୧୧: ସମ୍ମାନଜନକ ବ୍ଲୁ ଫ୍ଲାଗ ମାନ୍ୟତା ପାଇଥିବା ପୁରୀର ସ୍ବର୍ଣ୍ଣିମ ବେଳାଭୂମିରେ ଶୁକ୍ରବାର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ କାଫେଟେରିଆ ଲୋକାର୍ପିତ ହୋଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହାକୁ ଲୋକାର୍ପଣ କରିବା ସହ ଖୁବ୍‌ଶୀଘ୍ର ଏହା ପର୍ଯ୍ୟଟକଙ୍କ ଆଦୃତି ଲାଭ କରିବ ବୋଲି ଆଶା ପ୍ରକାଶ କରିଥିଲେ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ବ୍ଲୁ ଫ୍ଲାଗ ବିଚ୍‌ରେ କାଫେଟେରିଆ ପରିଚାଳନା ନିମନ୍ତେ ଓଟିଡିସିକୁ ସୁଯୋଗ ଦେଇଥିବାରୁ ଅଧ୍ୟକ୍ଷା ମିଶ୍ର ଜିଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ। ଏହି କାଫେଟେରିଆ ପର୍ଯ୍ୟଟକଙ୍କୁ ପୁରୀ ବେଳାଭୂମିକୁ ଉପଭୋଗ କରିବାରେ ସହାୟକ ହେବ ବୋଲି ସେ କହିଥିଲେ। ସ୍ବର୍ଣ୍ଣିମ ବେଳାଭୂମିକୁ ବ୍ଲୁ ଫ୍ଲାଗ୍‌ ମାନ୍ୟତା ମିଳିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଅଧ୍ୟକ୍ଷା ମିଶ୍ର କୃତଜ୍ଞତା ଜଣାଇଥିଲେ।
କାଫେଟେରିଆ ସମ୍ପର୍କରେ ସୂଚନା ଦେଇ ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ତଥା ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ଆର୍‌. ଯାଦବ କହିଛନ୍ତି, ଏଠାରେ ପର୍ଯ୍ୟଟକମାନେ ନିଜ ପସନ୍ଦ ମୁତାବକ ଖାଦ୍ୟର ବରାଦ ଦେଇପାରିବେ। ସମ୍ପୂର୍ଣ୍ଣ ନିଆରା ଢଙ୍ଗରେ ଅଭିଜ୍ଞ ରୋଷେୟାମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସୁସ୍ବାଦୁ ଖାଦ୍ୟ ପ୍ରସ୍ତୁତ କରାଯାଇ ପର୍ଯ୍ୟଟକଙ୍କୁ ପରଷାଯିବ। ବିଶେଷକରି ଏହି କାଫେଟେରିଆରେ ବାଲିପ୍ରନ, ସାଣ୍ଡୱିଚ୍‌, ବେବିକର୍ନ, ଚିକେନ ପକୋଡ଼ା, ହୁକା ନୁଡୁଲ୍ସ, ଭେଜ ପକୋଡ଼ା, ପନିର ପକୋଡ଼ା ସହିତ ଆଇସକ୍ରିମ୍‌, ମିନେରାଲ ୱାଟର, ଚା ଓ କଫି ଆଦି ସୁଲଭ ମୂଲ୍ୟରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri