ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା।

ସୂଚନାଥାଉ କି, ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଛନ୍ତି। ତେବେ ସେଥିମଧ୍ୟରୁ ୬ଜଣଙ୍କ ପତ୍ତା ମିଳୁନାହିଁ। ଡଙ୍ଗାରେ ଅନେକ ମହିଳା ଓ ଛୋଟଛୁଆ ଥିଲେ। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିପାରୁ ନାହିଁ।

Share