ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା ।

ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକୋବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି ।

ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି। ଏଥିସହ ଆଇନ ତା ବାଟରେ ଯିବ, ଆକ୍ରମଣରେ ସଂପୃକ୍ତ ସମସ୍ତେ ଗିରଫ ହେବେ ବୋଲି ହିମାଂଶୁ ଚେତାଇ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri