ରାଖୀ ପୂର୍ଣ୍ଣିମାରେ ଅଘଟଣ: ଚା’ ଦୋକାନରୁ ମିଳିଲା ଦମ୍ପତିଙ୍କ ମୃତଦେହ

ଖଲ୍ଲିକୋଟ,୧୯।୮(ପ୍ରଶାନ୍ତ କୁମାର ମିଶ୍ର): ରାକ୍ଷୀ ପୂର୍ଣ୍ଣିମାରେ ଏକ ଅଘଟଣ ଘଟିଛି। ଏକ ଚା’ ଦୋକାନରୁ ପୋଲିସ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ୱର କଳାଝର ନଦୀ ନିକଟରେ ଥିବା ମା ନାରାୟଣୀ ଚା’ ଦୋକାନରୁ ସୋମବାର ପୋଲିସ ସ୍ବାମୀ, ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକ ଦମ୍ପତି ହେଲେ ଲଙ୍ଗଳେଶ୍ବର ଗ୍ରାମର ଦଲୀପ ଦଳେଇ ଏବଂ ତାଙ୍କ ସ୍ତ୍ରୀ ରଶ୍ମିତା ଦଳେଇ।

ଖବର ପାଇ ଛତ୍ରପୁର ଏସ୍‌ଡିପିଓ ଗୌରହରି ସାହୁ, ଖଲ୍ଲିକୋଟ ଥାନା ଅଧିକାରୀ ନରେଶ କୁମାର ସାହୁ, ଭେଜିପୁଟ ଫାଣ୍ଡି ଅଧିକାରୀ ଦେବାଶିଷ ମିଶ୍ର ଘଟଣା ସ୍ଥଳରେ ପହଞ୍ଚି ଖଲ୍ଲିକୋଟ ଅତିରିକ୍ତ ତହସିଲଦାର ଅଜୟ କୁମାର ସ୍ବାଇଁଙ୍କ ଉପସ୍ଥିତିରେ ଦମ୍ପତିଙ୍କ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଏପରି କି ପୋଲିସ ଚା’ଦୋକାନରୁ ଏକ ସୁଇସାଇଟ ନୋଟ୍‌ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଦୁହେଁ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ହେଲେ ଦିଲୀପ ଏବଂ ରଶ୍ମିତାଙ୍କ ପରିବାର ଲୋକେ ଏହା ଏକ ଯୋଜନା ମୁତାବକ, ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷେ ଦମ୍ପତିଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ନରେଶ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri