ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପରିବାର ଲୋକେ ପୁଅଙ୍କୁ ହତ୍ୟା କରି ପାହାଡ଼ ଉପରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ଅପରାହ୍ନରୁ ନାବାଳକ ଜଣକ ଘରୁ ବାହାରି ଆଉ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ସୁଦ୍ଧା କୌଣସି ପର୍ତ୍ତା ମିଳି ନ ଥିଲା। ଶୁକ୍ରବାର ଝଲିଆଲିଟି ପାହାଡ଼ ଉପରେ ଜଣେ ନାବାଳକଙ୍କ ମୃତଦେହ ପଡିଥିବା ସ୍ଥାନୀୟ କେତେକ ଲୋକ ଦେଖିବାକୁ ପାଇଥିଲେ। ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ଘଟଣାର ଛାନଭିନ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri