ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକଙ୍କ ବୟସ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ ଯୁବକ ଜଣଙ୍କ ଗୋଟିଏ ହାପ୍‌ ପେଣ୍ଟ ପିନ୍ଧିଥିବା ବେଳେ ତାଙ୍କ ପାଖରୁ ଅଧିକ କିଛି ଜିନିଷ ମିଳିନି।

ଖବର ପାଇ ବଡଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବକ ଜଣକ ଶରୀରର କିଛି ଅଂଶ କଳା ପଡି ଯାଇଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କରେ ଅଧିକ ତଦନ୍ତ ପାଇଁ ଆସିକା ଏସଡିପିଓ ସନ୍ତୋଷ ଜେନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବଡଗଡ ଥାନାଧିକାରୀ ସନ୍ତୋଷ ବେହେରା କହିଛନ୍ତି ଆନୁମାନିକ ୭ଦିନ ହେବ ଏହି ମୃତକଙ୍କ ମୃତଦେହ ଏପରି ପଡିରହିଥିବା ଅନୁମାନ କରାଯାଉଛି ଏବଂ ଟାଣ ଖରା ଯୋଗୁ ସଂପୂର୍ଣ୍ଣ ଶରୀର କଳା ପଡିଯାଇଛି। ଶରୀର ସମ୍ପୂର୍ଣ୍ଣ କଳା ପଡିଯାଇଥିବାରୁ ଚିହ୍ନିବା ସମ୍ଭବ ହେଉନାହିଁ।

କୌଣସି ବ୍ୟକ୍ତିଙ୍କ ପାଖରେ ଯଦି ଏହି ଯୁବକଙ୍କ ସମ୍ପର୍କରେ କୌଣସି ସୂଚନା ଥାଏ ତେବେ ବଡଗଡ ଥାନାଧିକାରୀଙ୍କ ସହ ଯୋଗାଯୋଗ କରିବା ପାଇଁ କୁହାଯିବା ସହ ଫୋନ ନମ୍ବର ଦିଆଯାଇଛି। ଘଟଣା ସମ୍ପର୍କରେ ପୋଲିସ ତଦନ୍ତ କରୁଛି ବୋଲି ବଡଗଡ ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri